ଜଳେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ଜନିତ ଲଗାଣ ବର୍ଷାରେ ବାଲେଶ୍ୱର ଜିଲ୍ଲା ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ବିପଦ ସଙ୍କେତ ଟପିଛି।
ମଥାନି ଠାରେ ଏହାର ବିପଦ ସଙ୍କେତ ୫.୫୦ ମିଟର ଥିବା ବେଳେ ଆଜି ସକାଳ ୬ଟା ସୁଦ୍ଧା ୫.୮୦ ମିଟର ଉପରେ ପାଣି ପ୍ରବାହିତ ହେଉଥିଲା। ସକାଳ ୯ଟା ସୁଦ୍ଧା ଏହା ୬.୦୨କୁ ବୃଦ୍ଧି ପାଇଥିଲା।
ବୁଧବାର ମଧ୍ୟରାତ୍ରିରୁ ବର୍ଷା ଲାଗି ରହିଥିବାରୁ ଏଭଳି ସ୍ଥିତି ଉପୁଜିଛି। ଆହୁରି ଦୁଇ ଦିନ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଯାହାଦ୍ୱାରା ଏଠାରେ ବନ୍ୟା ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି।
ଯଦି ବନ୍ୟା ପରିସ୍ଥିତି ସୃଷ୍ଟି ହୁଏ ବସ୍ତା ବ୍ଲକ୍ର ମଥାନି, ବାହାର୍ଦା, ଦୁଧହଂସା, ସଦାନନ୍ଦପୁର, ବରୁଣଗଡ଼ିଆ, ଚକୁରାଇ, ଦରଡ଼ା, ଗଡ଼ପଦା ଓ ରାଉତପଡ଼ା ସମେତ ସଦର ବ୍ଲକ୍ର ୨ରୁ୩ଟି ପଞ୍ଚାୟତ ପ୍ରଭାବିତ ବୋଲି ଅନୁମାନ କରାଯାଉଛି।
ଗତକାଲି ବସ୍ତାରେ ୩୨ ସେଣ୍ଟିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।