ଆଜି ବାତ୍ୟାରେ ପରିଣତ ହେବ ଅବପାତ, କାଲିଠୁ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବାତ୍ୟା ‘ଜୱାଦ’ ର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ ।  ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୮୫୦ କିଲୋମିଟର ଦୂରରେ ରହିଛି ।  ସମ୍ଭାବ୍ୟ ବଡ଼ ବିପଦକୁ ଆଶଙ୍କା କରି ଓଡ଼ିଶାର ସମସ୍ତ ବନ୍ଦରଗୁଡିକ ପାଇଁ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି  । ଆସନ୍ତା  କାଲି ସକାଳ ସୁଦ୍ଧା ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ପହଞ୍ଚି ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଗତି […]

jawad

Niharika Rout
  • Published: Friday, 03 December 2021
  • , Updated: 03 December 2021, 12:57 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବାତ୍ୟା ‘ଜୱାଦ’ ର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ ।  ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୮୫୦ କିଲୋମିଟର ଦୂରରେ ରହିଛି ।  ସମ୍ଭାବ୍ୟ ବଡ଼ ବିପଦକୁ ଆଶଙ୍କା କରି ଓଡ଼ିଶାର ସମସ୍ତ ବନ୍ଦରଗୁଡିକ ପାଇଁ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି  ।

ଆସନ୍ତା  କାଲି ସକାଳ ସୁଦ୍ଧା ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ପହଞ୍ଚି ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଗତି କରିପାରେ । ଏହାପରେ ବାତ୍ୟା ‘ଜୱାଦ’ ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହାରି ପ୍ରଭାବରେ ୪ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ। ସେହିଭଳି ଆଜି ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଯାଏଁ ୫ ଜିଲ୍ଲା କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷା ସହ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ ।

ସମ୍ଭାବ୍ୟ ବାତ୍ୟା ଏବଂ ତାର ମୁକାବିଲା ନିମନ୍ତେ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଏହାର ସମୀକ୍ଷା କରିଛନ୍ତି  ସ୍ୱତନ୍ତ୍ର ରିଲିଫ୍ କମିଶନର । ଭିଡ଼ିଓ  କନଫରେନ୍ସିଂ  ମାଧ୍ୟମରେ ୧୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସ୍‌ଆରସି ପ୍ରଦୀପ ଜେନା । ୨୨୫ଟି ଓଡ୍ରାଫ୍, ଏନଡିଆରଏଫ  ଟିମ୍ ମୁତୟନ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ଏସ୍‌ଆରସି ।  ତେବେ ଏହି ବାତ୍ୟା ପ୍ରଭାବରେ ପକ୍କା ଘରର କିଛି ଅସୁବିଧା ହେବନାହିଁ । ତେଣୁ କଚ୍ଚା ଘର ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ଆବଶ୍ୟକ ସ୍ଥଳେ ସମୁଦ୍ର କୂଳିଆ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ ବୋଲି କହିଛନ୍ତି ଏସ୍‌ଆରସି ।

ତାସହ କ୍ଷେତରେ ଅମଳକ୍ଷମ ଧାନ କାଟି ଆଣିବାକୁ ଚାଷୀମାନଙ୍କୁ ମଧ୍ୟ ଆଲର୍ଟ କରାଯାଇଛି । ଏସବୁ ଭିତରେ ପ୍ରସ୍ତୁତ ରଖାଯାଇଥିବା ବାତ୍ୟା ଆଶ୍ରୟସ୍ଥଳରେ କିଭଳି କୋଭିଡ଼ ନିୟମକୁ କଡ଼ାକଡ଼ି ପାଳନ କରାଯିବ, ତା’ ଉପରେ ଫୋକସ ରଖାଯାଇଥିବା କହିଛନ୍ତି ଏସ୍‌ଆରସି ।

ସେହିପରି ମୁଖ୍ୟ ଶାସନ ସଚିବ ମଧ୍ୟ ସମସ୍ତ ପଦକ୍ଷେପ ନିଆଯାଇଥିବା କହିଛନ୍ତି । ସେପଟେ ବାତ୍ୟାକୁ ନେଇ ଜନସାଧାରଣ ବ୍ୟତିବ୍ୟସ୍ତ ନ ହେବାକୁ ଅପିଲ୍ କରିଛନ୍ତି ଏସ୍‌ଆରସି ।  ପନିପରିବା କିଣାକିଣି ପାଇଁ ଅଯଥା ଗହଳି ନ କରିବାକୁ କୁହାଯାଇଛି ।  ବଜାରରେ କୌଣସି ସାମଗ୍ରୀର ଅଭାବ ନାହିଁ । ତେଣୁ ଅଯଥା ଗହଳି ନ କରିବାକୁ ପରାମର୍ଶ ଦିଆଯାଇଛି  ।

Related story