ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁରରେ ପୁଣି ଦେଖିବାକୁ ମିଳିଛି ନକ୍ସଲଙ୍କ ବର୍ବର କାଣ୍ଡ। ନକ୍ସଲଙ୍କ ସିରିଜ ଲ୍ୟାଣ୍ଡମାଇନ ବିସ୍ପୋରଣ ଯୋଗୁ ଜଣେ ଯବାନ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣାରୁ ୩୦ରୁ ଊର୍ଦ୍ଧ୍ୱ ଯବାନ ବର୍ତ୍ତି ଯାଇଛନ୍ତି।
ଗଙ୍ଗୁଲୁର ଗାଁ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ୟକୁ ସୁରକ୍ଷା ଦେବା ପାଇଁ DRG ଯବାନ ଯାଇଥିଲେ। ଉକ୍ତ ସମୟରେ ନକ୍ସଲମାନେ ଖଞ୍ଜିଥିବା ସିରିଜ ବୋମା ବିସ୍ପୋରଣ ଘଟିଥିଲା। ତେବେ ଅଳ୍ପକେ ବର୍ତିଯାଇଛନ୍ତି ଅପରେଶନ ରେ ନିୟୋଜିତ ଥିବା ୩୦ ଯବାନ।
ଏହାପରେ ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ କିଛି ସିରିଜ ବମ୍, ୧୦ କେଜିରୁ ଅଧିକ ବିସ୍ପୋରକ ଥିବା ସିରିଜ ବମ୍କୁ ଉଦ୍ଧାର କରି ନିଷ୍କ୍ରିୟ କରିଛନ୍ତି DRG ଯବାନ। ଏହି ଘଟଣା ପରେ ପୁଲିସ୍ ପକ୍ଷରୁ ଅପରେଶନକୁ ଜୋରଦାର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।
Miscellaneous
କାଲି ଓଡ଼ିଶା ଆସୁଛନ୍ତି ମୋଦି, ରାଜଧାନୀରେ ଚେକିଂ କଡ଼ାକଡ଼ି
ଆସନ୍ତାକାଲି ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନଭେନସନ ସେଣ୍ଟରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ପର୍ଯ୍ୟନ୍ତ ଚାଲିବ ।
Politics
ପ୍ରଧାନମନ୍ତ୍ରୀ ମୋଦି କରିବେନି ରୋଡ୍ ଶୋ’, ରିପୋର୍ଟ କାର୍ଡ ଦେବେ ମୋହନ ସରକାର
ସ୍ୱାଧୀନତା ପରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବଭାରତୀୟ ପୁଲିସ ଡିଜି ସମ୍ମିଳନୀ ଆୟୋଜନ ହେଉଛି । ସମ୍ମିଳନୀର ଦ୍ୱିତୀୟ ଦିନ ଅର୍ଥାତ୍ ନଭେମ୍ବର ୩୦ତାରିଖରେ ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗ ଦେଇ ଡିସେମ୍ବର ୧ରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।