ବରଗଡ଼ (ଓଡ଼ିଶା ରିପୋର୍ଟର): ବରଗଡ଼ ଜିଲ୍ଲା ସୋହେଲା ଜେଲ୍ରେ ଅସୁସ୍ଥ ହୋଇପଡ଼ିଛନ୍ତି ପୂର୍ବତନ ବିଜେପି ବିଧାୟକ ଜୟନାରାୟଣ ମିଶ୍ର। ଆଜି ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଜେଲ୍ ଭିତରେ ଡାକ୍ତର ଚିକିତ୍ସା କରିଥିଲେ। ମାତ୍ର ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ଉନ୍ନତି ନଘଟିବାରୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତରିତ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଉଥିବା ଜଣାପଡ଼ିଛି।
ସୂଚନାରୁ ପ୍ରକାଶ, ବନାବିରା ଗୁଳିକାଣ୍ଡ ମାମଲାରେ ଛନ୍ଦି ହୋଇ ସୋହେଲା ଜେଲ୍ରେ ଅଛନ୍ତି ଜୟନାୟଣ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।