ଜୟପୁର (ଟି. ଗୌରିଶଙ୍କର ): କୋରାପୁଟ ଜିଲ୍ଲା ବୋରିଗୁମ୍ମା ଗ୍ରାମ୍ୟ ଜଳଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ନିଖୋଜ ହୋଇ ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନା ଏମ୍. ଭେଙ୍କଟ ରାଓ ।
ଗତକାଲି ଅଫିସ୍ କାମ ପାଇଁ ଏମ୍. ଭେଙ୍କଟ ହରଡ଼ାପୁଟ ଯାଇଥିଲେ। ସାଙ୍ଗରେ ଜୟପୁର RWSS ଏସ୍ଡିଓ ଓ ଠିକାଦାର ମଧ୍ୟ ଥିଲେ । ତେବେ ଫେରିଲା ବେଳେ ଜେଇଙ୍କ କୌଣସି ସୂଚନା ମିଳିନଥିବା ଅଭିଯୋଗ ହୋଇଛି । ଏନେଇ ବି. ସିଂହପୁର ଥାନାରେ ବିଭାଗ ପକ୍ଷରୁ ଲିଖିତ ଅଭିଯୋଗ କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ ଜାରି ରଖିଛି । ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରି ନ ଥିବା ଜଣାଯାଇଛି।
ଏସ୍ଡିଓ, କନିଷ୍ଠ ଯନ୍ତ୍ରୀ ଓ ଠିକାଦାର ସମସ୍ତେ ଏକ ସଙ୍ଗା ହରଡ଼ାପୁଟ ଯାଇଥିବା ବେଳେ କନିଷ୍ଠ ଯନ୍ତ୍ରୀ କିପରି ନିଖୋଜ ହୋଇଗଲେ, ଅନ୍ୟମାନେ ଜାଣିପାରିଲେ ନାହିଁ କିମ୍ବା ତାଙ୍କୁ ଖୋଜିବାକୁ ଚେଷ୍ଟା କଲେ ନାହିଁ ତାହା ସମସ୍ତ ଘଟଣାକୁ ରହସ୍ୟ ଘେରରେ ରଖିଛି। ପୁଲିସ୍ ଏହି ଘଟଣାର ଖୋଳତାଡ଼ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।