କୋରାପୁଟ (ଓଡ଼ିଶା ରିପୋର୍ଟର): ଖୁବ ଶୀଘ୍ର ଜୟପୁର ଏୟାରପୋର୍ଟର କାର୍ଯ୍ୟ ଶେଷ ହେବ। ଆପ୍ରୋଚ ରୋଡ୍, ପୁଲିସ ଓ ସିକ୍ୟୁରିଟି ଗାର୍ଡମାନଙ୍କର ବାରାକ କାର୍ଯ୍ୟ ଜୋରସୋରରେ ଚାଲିଛି। ଆସନ୍ତା ଦେଢରୁ ଦୁଇ ମାସରେ ଏସବୁ କାର୍ଯ୍ୟ ଶେଷ ହେବ। ଜୟପୁର ଏୟାରପୋର୍ଟର କାର୍ଯ୍ୟକାରିତା ଓ ଚାଲିଥିବା କାର୍ଯ୍ୟର ଅଗ୍ରଗତିକୁ ନେଇ ଏପରି ସୂଚନା ଦେଇଛନ୍ତି କୋରାପୁଟ ଜିଲ୍ଲାପାଳ ଅବଦଲ ଏମ୍. ଅଖତର।
ଜିଲ୍ଲାପାଳ ଆହୁରି କହିଛନ୍ତି, ଜୟପୁର ଏୟାରପୋର୍ଟରୁ କିପରି ଶୀଘ୍ର ବିମାନ ଚଳାଚଳ କରିବ? ସେନେଇ ସମସ୍ତ କାର୍ଯ୍ୟ ଉପରେ ନଜର ରଖାଯାଇଛି। କାମକୁ ତ୍ୱରାନ୍ୱିତ କରାଯାଉଛି। ପୂର୍ବରୁ ରନୱେ ୯୦୦ ମିଟର ଥିଲା, ହେଲେ ପରେ ୧୨୦୦ ମିଟର କରାଯାଇଥିଲା। ବର୍ତ୍ତମାନ ୧୫୦୦ ମିଟର ରନୱେ ପାଇଁ ଟେଣ୍ଡର ହେବା ସହ କାର୍ଯ୍ୟାଦେଶ ଦିଆଯାଇଛି ବୋଲି ଜିଲ୍ଲାପାଳ କହିଛନ୍ତି। ଏୟାରପୋର୍ଟ ନିକଟରେ ଥିବା କେନାଲ ଉପରେ ବ୍ରିଜ କାମର କାର୍ଯ୍ୟାଦେଶ ଉପରେ ନଜର ରଖାଯାଇଛି। ସମସ୍ତ କାର୍ଯ୍ୟକୁ ଶୀଘ୍ର ଶେଷ କରିବା ପାଇଁ ପଦକ୍ଷେପ ନିଆଯିବ। ଯଥାଶୀଘ୍ର ଜୟପୁରରୁ ବିମାନ ଚଳାଚଳ ପାଇଁ ସୁବ୍ୟବସ୍ଥା କରାଯିବ ବୋଲି କୋରାପୁଟ ଜିଲ୍ଲାପାଳ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିକା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିକା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।