Advertisment

ଝାରସୁଗଡ଼ା ଉପନିର୍ବାଚନ: ତରୁଣ କଲେ ନାମାଙ୍କନ ପତ୍ର ଦାଖଲ, ୧୭ରେ ଟଙ୍କଧର,୧୮ରେ ଦୀପାଳି

କଂଗ୍ରେସ ପ୍ରାର୍ଥୀ ଶ୍ରୀ ପାଣ୍ଡେ ଆଜି ଦଳୀୟ ନେତା ଓ କର୍ମୀଙ୍କ ସହ ଏକ ବିଶାଳ ପଟୁଆରରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

author-image
Ordigital Desk
ଅଦ୍ୟତନ ହୋଇଛି
Tarun pandey

Tarun pandey

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଥିବାବେଳେ ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନିଜର ସମର୍ଥକଙ୍କ ସହ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଆସନ୍ତା ୧୭ତାରିଖ ସୋମବାର ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଓ ୧୮ତାରିଖରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି।

Advertisment

କଂଗ୍ରେସ ପ୍ରାର୍ଥୀ ଶ୍ରୀ ପାଣ୍ଡେ ଆଜି ଦଳୀୟ ନେତା ଓ କର୍ମୀଙ୍କ ସହ ଏକ ବିଶାଳ ପଟୁଆରରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଦଳର ବରିଷ୍ଠ ନେତା ସୁରେଶ ରାଉତରାୟଙ୍କ ସମେତ ପ୍ରାୟ ୨ରୁ ୩ହଜାରରୁ ସମର୍ଥକ ଆଜି ଶ୍ରୀ ପାଣ୍ଡେଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

ସେହିପରି ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଆସନ୍ତା ୧୭ତାରିଖରେ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ।  ଶ୍ରୀ ତ୍ରିପାଠୀଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବରଗଡ଼ ସାଂସଦ ସୁରେଶ ପୂଜାରୀଙ୍କ ସମେତ ପଡ଼ୋଶୀ ଜିଲ୍ଲାଗୁଡ଼ିକର ବିଜେପି ନେତାମାନେ ମଧ୍ୟ ଉପସ୍ଥିତ ରହିବେ।

Advertisment

ସେହିପରି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଜି ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି ଦଳୀୟ ଟିକେଟ୍ ନେଇଛନ୍ତି । ସେ ଆସନ୍ତା ୧୮ତାରିଖରେ ନାମାଙ୍କନ ପତ୍ର ଦାଖଲ କରିବେ । ଦଳର ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସଂଗଠନ ସମ୍ପାଦକ ପ୍ରଣବପ୍ରକାଶ ଦାସଙ୍କ ସମେତ ବହୁ ବିଜେଡି ମନ୍ତ୍ରୀ ଓ ବିଧାୟକ ମଧ୍ୟ ଏହି ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ୨୦ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି ଓ ୨୧ତାରିଖରେ ନାମାଙ୍କନ ପତ୍ର ଯାଂଚ ହେବ । ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ଯୋଗୁ ଝାରସୁଗୁଡ଼ାରେ ଉପନିର୍ବାଚନ ହେଉଛି ଓ ବିଜେଡି ତାଙ୍କ ଝିଅକୁ ଦଳୀୟ ପ୍ରାର୍ଥୀ କରିଛି।

Odisha Congress Jharsuguda