Advertisment

ପୂର୍ବତନ ବିଧାୟକ ‍ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ

ଚିକିତ୍ସାଧୀନ ଅବସ୍ଥାରେ ରବିବାର ଭୋରରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି।

ଅଦ୍ୟତନ ହୋଇଛି
EX-mla Birendra Pandey

EX-mla Birendra Pandey

Advertisment

ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା।

Advertisment

ବୀରେନ୍ଦ୍ର ପାଣ୍ଡେ ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର ପ୍ରାୟ ୪ଟା ବେଳେ ବୀରେନ୍ଦ୍ର ପାଣ୍ଡେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସେତେବେଳେ ପରିବାର ଲୋକେ ତାଙ୍କ ପାଖରେ ଉପସ୍ଥିତ ଥିଲେ।

ବୀରେନ୍ଦ୍ର ପାଣ୍ଡେ ସମ୍ବଲପୁରର ଗଙ୍ଗାଧର ମେହେର କଲେଜର ଛାତ୍ର ଥିଲେ। ସେ କଂଗ୍ରେସ ଟିକେଟ୍‌ରେ ଝାରସୁଗୁଡ଼ା ବିଧାନସଭା ଆସନରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୮୦, ୧୯୮୫ ଓ ୧୯୯୫ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Advertisment

ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ଖବର ପାଇବା ପରେ ପିସିସି ସଭାପତି ଶରତ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ବୀରେନ୍ଦ୍ର ପାଣ୍ଡେ ଜଣେ ଲୋକପ୍ରିୟ ନେତା ଥିଲେ। ତାଙ୍କ ବିୟୋଗ ରାଜନୀତି କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି।  

Congress Jharsuguda Odisha Assembly
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe