Advertisment

ଝାରସୁଗୁଡ଼ା ଉପନିର୍ବାଚନ; ଆଜିଠୁ ନାମାଙ୍କନପତ୍ର ଦାଖଲ

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିଲା ଝାରସୁଗୁଡ଼ା ବିଧାନସଭା ଆସନ।

author-image
Tapaswini Nayak
ଅଦ୍ୟତନ ହୋଇଛି
 Vote counting

Vote counting

ଝାରସୁଗୁଡା ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଆଜିଠାରୁ ଉପଜିଲ୍ଲାପାଳ ଅଫିସରେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର କିଶୋର ଚନ୍ଦ୍ର ସ୍ୱାଇଁ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଚାଲିବ ନାମଙ୍କନପତ୍ର ଦାଖଲ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନପତ୍ର ଦାଖଲ। ଯେଉଁ ହଲରେ ନାମାଙ୍କନପତ୍ର
ଗ୍ରହଣ କରାଯିବ ସେଠାରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି। 

Advertisment

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେଦ ନିଜର ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଯୁବ ନେତା ଟଙ୍କଧର ତ୍ରିପାଠୀଙ୍କୁ ବିଜେପି ପ୍ରାର୍ଥୀ କରିଥିବା ବେଳେ ବିଜେଡି ଦିପାଳୀ ଦାସଙ୍କୁ ପ୍ରାର୍ଥୀ କରିଛି। ସେହିପରି କଂଗ୍ରେସରୁ ତରୁଣ ପାଣ୍ଡେ ପ୍ରାର୍ଥୀ ହୋଇଛନ୍ତି।

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିଲା ଝାରସୁଗୁଡ଼ା ବିଧାନସଭା ଆସନ।

Advertisment
Jharsuguda Jharsuguda Bypoll