Advertisment

ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ, ୧୩ରେ ଭୋଟ ଗଣତି

ଏପ୍ରିଲ ୧୩ ତାରିଖରେ ପ୍ରକାଶ ନିର୍ବାଚନ ବିଜ୍ଞପ୍ତି ପାଇବ। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ହେବ।

author-image
Tapaswini Nayak
ଅଦ୍ୟତନ ହୋଇଛି
Vote

Vote

  ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ଏନେଇ ଆଜି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏହି ଘୋଷଣା କରିଛନ୍ତିା

Advertisment

ମୁଖ୍ୟ ନିର୍ବାଚନ କମିଶନରଙ୍କ ସୂଚନା ଅନୁସାରେ, ମେ’ ୧୦ ତାରିଖରେ ହେବ ଝାରସୁଗୁଡ଼ା ଉପନିର୍ବାଚନ। ମେ’ ୧୩ ତାରିଖରେ ଗଣତି ହେବ। ଏନେଇ ଏପ୍ରିଲ ୧୩ ତାରିଖରେ ପ୍ରକାଶ ନିର୍ବାଚନ ବିଜ୍ଞପ୍ତି ପାଇବ। ଏପ୍ରିଲ ୨୦ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ପ୍ରାର୍ଥିପତ୍ର ଦାଖଲ କରିବେ। ୨୧ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ୨୪ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। 

ଝାରସୁଗୁଡ଼ାରେ ୨ ଲକ୍ଷ ୨୧ ହଜାର ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟର ୧ ଲକ୍ଷ ୧୦ ହଜାର ଥିବା ବେଳେ ମହିଳା ଭୋଟର ୧ ଲକ୍ଷ ୨୦ ହଜାର ଅଛନ୍ତି।

Advertisment

ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ପରେ ଖାଲି ପଡ଼ିଥିଲା ଝାରସୁଗୁଡ଼ା ବିଧାନସଭା ଆସନ। ଏହି ଆସନରେ ଉପନିର୍ବାଚନ ହେବାର ସମ୍ଭାବନା ରହିଥିଲା। ଏହି ଆସନଟି ଖାଲି ହେବା ନେଇ ବିଧାନସଭା ପକ୍ଷରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ)ଙ୍କୁ ବିଧିବଦ୍ଧଭାବେ ଅବଗତ କରାଯିବା ପରେ ଆୟୋଗଙ୍କ ପକ୍ଷରୁ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ କଂଗ୍ରେସ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛି। କଂଗ୍ରେସ ୫ ଜଣିଆ ଟିମ ଗଠନ କରିଛି।  ବରିଷ୍ଠ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ନେତୃତ୍ୱରେ ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଛିା  ଟିମର ରିପୋର୍ଟ ଆସିବା ପରେ ଦଳ ପ୍ରାର୍ଥୀ ଘୋଷଣା କରିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି। ଏଥର ମଇଦାନରେ ଜୋରଦାର ଲଢ଼େଇ ହେବ ବୋଲି ପିସିସି ସଭାପତି କହିଛନ୍ତି। 

Jharsuguda Jharsuguda Bypoll