Advertisment

ଆଜି ନେତା ବାଛିବେ ଝାରସୁଗୁଡ଼ାବାସୀ,ଚାଲିଛି ମତଦାନ

ବିଜେଡିରୁ ଦୀପାଳି ଦାସ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇଛନ୍ତି। ସେହିପରି କଂଗ୍ରେସ ତରୁଣ ପାଣ୍ଡେ ପ୍ରାର୍ଥୀଙ୍କୁ କରିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
jharsuguda Bypoll

jharsuguda Bypoll

ଝାରସୁଗୁଡ଼ା ଉପନିର୍ବାଚନ ଲାଗି ସକାଳ ୭ରୁ ଆରମ୍ଭ ହୋଇଛି ମତଦାନ। ଭୋଟ୍ ଦେବାକୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଉଛନ୍ତି ଭୋଟର।

Advertisment

ମୋଟ୍ ୨୫୩ ବୁଥରେ କଡ଼ା ସୁରକ୍ଷା ମଧ୍ୟରେ ସଂଧ୍ୟା ୬ଟା ଯାଏ ମତଦାନ ଚାଲିବ। ମୋଟ ୨୫୩ଟି ବୁଥରୁ ଅଧିକାଂଶ ୨୨୭ଟି ଗ୍ରାମାଂଚଳ ଓ ଦୁର୍ଗମ ଅଂଚଳରେ । ଆଉ ୨୬ଟି ବୁଥକୁ ପିଙ୍କ୍ ବୁ୍‌ଥ କରାଯାଇଛି । ପ୍ରତ୍ୟେକ ବୁଥରେ ୪ଜଣ ପୁଲିଂ ଅଫିସରଙ୍କୁ ନିଯୁକ୍ତି ଦିଆଯାଇଥିବାବେଳେ ୨୪ଟି ଟିମ(୯୬ଜଣ ପୁଲିଂ ଅଫିସର)କୁ ରିଜର୍ଭ ରଖାଯାଇଛି। ମୁକ୍ତ ଓ ଅବାଧ ନିର୍ବାଚନ ପାଇଁ ସବୁ ବୁଥରେ ସିସିଟିଭି ଲଗାଯାଇଛିା

ଏହାସହ ସମ୍ବେଦନଶୀଳ ବୁଥରେ ଅଧିକ ଫୋର୍ସ ମୁତୟନ ହୋଇଛନ୍ତିା ଝାରସୁଗୁଡ଼ା ଉପନିର୍ବାଚନର ମୁଖ୍ୟତଃ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱୀତା ହେଉଥିବା ବେଳେ ମୈଦାନକୁ ଓହ୍ଲାଇଛନ୍ତି ମୋଟ ୯ଜଣ ପ୍ରାର୍ଥୀ। ୨ଲକ୍ଷ ୨୧ହଜାର ୭୧୯ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ବିଜେଡିରୁ ଦୀପାଳି ଦାସ ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀ ହୋଇଛନ୍ତି। ସେହିପରି କଂଗ୍ରେସ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କରିଛି।

Advertisment

ମତଦାନକୁ ସୁରୁଖୁରୁରେ ଓ ଶାନ୍ତି ଶୃଙ୍ଖଳାର ସହ କରିବା ଲାଗି ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ ହୋଇଛି। ଆଇନଶୃଙ୍ଖଳା ଦାୟିତ୍ୱରେ ମୋଟ ୧୫୫ଜଣ ପୁଲିସ ଅଫିସର, ୧୭ ପ୍ଲାଟୁନ ଆର୍ମଡ ପୁଲିସ, ୩୨୩ଜଣ ହାବିଲଦାର,କନେଷ୍ଟବଳ ଓ ୨୦୫ଜଣ ହୋମଗାର୍ଡଙ୍କୁ ମିଶାଇ ମୋଟ ୧୮୧୪ଜଣ ପୁଲିସ କର୍ମୀଙ୍କ ସମେତ ୭ କମ୍ପାନୀ କେନ୍ଦ୍ରୀୟ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଏହି କେନ୍ଦ୍ରୀୟ ଫୋର୍ସ ୧୪୪ଟି ବୁଥ ଦାୟିତ୍ୱରେ ରହିଛନ୍ତି ।

Jharsuguda Jharsuguda Bypoll