Advertisment

ଗିରଫ ହେଲେ ବିଜେଡି ନେତା ଶମ୍ଭୁ ମହାନ୍ତି

ଝାରସୁଗୁଡ଼ା(ଭାଗିରଥୀ ସାହୁ):  ମହଙ୍ଗା ପଡିଲା ପୁଲିସ୍‌ ଉପରେ ଦାଦାଗିରି । କର୍ତ୍ତବ୍ୟରତ ପୁଲିସ୍‌କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଝାରସୁଗୁଡା ବିଜେଡି ଉପସଭାପତି ଶମ୍ଭୁ ମହାନ୍ତି ଗିରଫ ହୋଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ରାତିରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ନିଜ ଗାଡ଼ିରେ ଯାଉଥିଲେ। ମାତ୍ର ସେ ସିଟ୍‌ ବେଲ୍‌ଟ୍‌ ବାନ୍ଧି ନଥିଲେ। ବେଲ୍‌ପାହାଡ଼ ଫାଟକ ନିକଟରେ କାର୍ଯ୍ୟରତ ବେଲପାହାଡ଼ ଥାନାର ଏଏସ୍ଆଇ ଅର୍ଜୁନ ଓରାମ ଓ ଜଣେ କନଷ୍ଟେବଲ ବିଧାୟକଙ୍କ ଗାଡ଼ିକୁ ଅଟକାଇ ସିଟ୍‌ ବେଲ୍‌ଟ କାହିଁକି […]

ଅଦ୍ୟତନ ହୋଇଛି
ଗିରଫ ହେଲେ ବିଜେଡି ନେତା ଶମ୍ଭୁ ମହାନ୍ତି

SAMBHU-1-1

Advertisment

ଝାରସୁଗୁଡ଼ା(ଭାଗିରଥୀ ସାହୁ):  ମହଙ୍ଗା ପଡିଲା ପୁଲିସ୍‌ ଉପରେ ଦାଦାଗିରି । କର୍ତ୍ତବ୍ୟରତ ପୁଲିସ୍‌କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଝାରସୁଗୁଡା ବିଜେଡି ଉପସଭାପତି ଶମ୍ଭୁ ମହାନ୍ତି ଗିରଫ ହୋଇଛନ୍ତି।

Advertisment

ସୂଚନା ଅନୁଯାୟୀ, ଗତକାଲି ରାତିରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ନିଜ ଗାଡ଼ିରେ ଯାଉଥିଲେ। ମାତ୍ର ସେ ସିଟ୍‌ ବେଲ୍‌ଟ୍‌ ବାନ୍ଧି ନଥିଲେ। ବେଲ୍‌ପାହାଡ଼ ଫାଟକ ନିକଟରେ କାର୍ଯ୍ୟରତ ବେଲପାହାଡ଼ ଥାନାର ଏଏସ୍ଆଇ ଅର୍ଜୁନ ଓରାମ ଓ ଜଣେ କନଷ୍ଟେବଲ ବିଧାୟକଙ୍କ ଗାଡ଼ିକୁ ଅଟକାଇ ସିଟ୍‌ ବେଲ୍‌ଟ କାହିଁକି ବାନ୍ଧିନ ବୋଲି ପଚାରିଥିଲେ। ବିଧାୟକଜଣକ ନିଜର ପରିଚୟ ଦେବା ପରେ ପୁଲିସ ତାଙ୍କୁ ଛାଡ଼ି ଦେଇଥିଲା।

ତେବେ ସେହି ସମୟରେ ସେଠାରେ ଉପସ୍ଥିତ ଥିବା ଝାରସୁଗୁଡ଼ା ବିଜେଡି ଜିଲ୍ଲା ଉପ-ସଭାପତି ଶମ୍ଭୁ ମହାନ୍ତି ପୁଲିସ୍‌ର ଏପରି କାର୍ଯ୍ୟକୁ ବିରୋଧ କରିଥିଲେ। କାର୍ଯ୍ୟରତ ଦୁଇ ପୁଲିସ କର୍ମଚାରୀଙ୍କୁ ଅତି ଅଭଦ୍ର ଭାଷାରେ ଗାଳି ଦେଇଥିଲେ। ଏପରିକି ଜେଲ୍ ପଠାଇବାର ଧମକ ମଧ୍ୟ ଦେଇଥିଲେ। ଯାହାର ଭିଡିଓ ସୋଶାଲ୍‌ ମିଡିଆରେ ଭାଇରାଲ୍‌ ହେବା ପରେ ଶମ୍ଭୁ ମହାନ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ବୋଲି ଝାରସୁଗୁଡା ଏସ୍‌ପି ଅଶ୍ୱିନୀ କୁମାର ସୂଚନା ଦେଇଛନ୍ତି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe