ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ବିଜେଡିରୁ ସସ୍ପେଣ୍ଡ ହୋଇଛନ୍ତି। ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଛି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ଦଳ ପକ୍ଷରୁ ଜାରି ପ୍ରେସ ରିଲିଜରେ ସୂଚନା ଦିଆଯାଇଛି।
ଶ୍ରୀ ଦାସ ବାଲେଶ୍ୱର ସଦର ଆସନରୁ ୨୦୦୯ ଓ ୨୦୧୪ ମସିହାରେ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ୨୦୧୯ରେ ବିଜେଡି ଟିକେଟରେ ପ୍ରାର୍ଥୀ ହୋଇଥିଲେ ମଧ୍ୟ ବିଜୟୀ ହୋଇପାରି ନ ଥିଲେ। ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ଅକାଳ ମୃତ୍ୟୁ ଯୋଗୁ ଉପନିର୍ବାଚନରେ ପ୍ରାର୍ଥୀ ହେବା ପାଇଁ ଶ୍ରୀ ଦାସ ଲବି କରି ଶେଷ ମୁହୂର୍ତ୍ତରେ ବିଫଳ ହୋଇଥିଲେ। ତାଙ୍କୁ ଦଳ ପ୍ରାର୍ଥୀ କରି ନ ଥିବାରୁ ସେ ଦଳ ବିରୋଧୀ ଆଭିମୁଖ୍ୟ ଆପଣାଇ ବିଜେପି ପ୍ରାର୍ଥୀଙ୍କୁ ସହଯୋଗ କରିଥିବା ଅଭିଯୋଗ ହୋଇଥିଲା। ଯାହାକୁ ନେଇ ବିଜେଡି ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଶ୍ରୀ ଦାସ ବିଜେପି ଛାଡ଼ି ୨୦୦୯ ନିର୍ବାଚନ ପୂର୍ବରୁ ବିଜେଡିରେ ସାମିଲ ହୋଇଥିଲେ।