ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂହ ଆଜି ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡି ମୁଖ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।
ଜାନୁଆରୀ ୧୭ ତାରିଖରେ ଯୋଗେଶ ସିଂହଙ୍କୁ ପ୍ରାଥମିକ ସଦସ୍ୟ ପଦରୁ କଂଗ୍ରେସରୁ ନିଲମ୍ବିତ କରାଯାଇଥିଲା। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବନ କରାଯାଇଥିଲା।
କଂଗ୍ରେସରୁ ନିଲମ୍ବନ ହେବା ପରେ ଜାନୁଆରୀ ୨୨ ତାରିଖରେ ଯୋଗେଶ ସିଂହ ବିଧାୟକ ପଦରୁ ଇସ୍ତଫା ଦେଇଥିଲେ। ଯୋଗେଶ ସିଂହ ବାଚସ୍ପତି ପ୍ରଦୀପ କୁମାର ଅମାତଙ୍କୁ ଭେଟି ନିଜର ଇସ୍ତଫା ପତ୍ର ଦେଇଥିଲେ।
ଯୋଗେଶ ସିଂହ ୨୦୦୯ ମସିହାରୁ ସୁନ୍ଦରଗଡ଼ ବିଧାନସଭା ଆସନରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇ ଆସୁଛନ୍ତି।
https://youtu.be/soYxXjcxfSg
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।