ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଧାନସଭାର ଶୂନ୍ୟକାଳରେ କେନ୍ଦ୍ରାପଡ଼ାରେ ସାମ୍ବାଦିକଙ୍କୁ ମାଡ଼ ପ୍ରସଙ୍ଗ ଉଠିଥିଲା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏହି ପ୍ରସଙ୍ଗ ଉଠାଇ କହିଲେ ଯେ, ଦୁଇ ପୂର୍ବତନ ମନ୍ତ୍ରୀଙ୍କ ଉପସ୍ଥିତିରେ ଏସ୍ପି ନିତିଶେଖର ସାମ୍ବାଦିକଙ୍କୁ ମାଡ଼ ମାରିଛନ୍ତି। ଯାହା ଚତୁର୍ଥ ସ୍ତମ୍ଭ ପ୍ରତି ଅପମାନ। ତେଣୁ ସମ୍ପୃକ୍ତ ଏସ୍ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ନଚେତ୍ ତାଙ୍କୁ ନିଲମ୍ବନ କରାଯାଉ ବୋଲି ଶ୍ରୀ ନାଏକ ବାଚସ୍ପତିଙ୍କୁ କହିଛନ୍ତି।
ଏନେଇ ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଏହା ରାଜତନ୍ତ୍ର, ଗଣତନ୍ତ୍ର ନା ନବୀନ ତନ୍ତ୍ର ବୋଲି ପ୍ରଶ୍ନ କରିଛନ୍ତି। ଏଥିସହ କାର୍ଯ୍ୟାନୁଷ୍ଠାନ ନେବା ଲାଗି ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ବୋଲି ତାରାପ୍ରସାଦ ବାହିନୀପତି କହିଛନ୍ତି। ଏହାପରେ ଏସ୍ପିଙ୍କ ନିଲମ୍ବନ ଦାବି କରି ବିରୋଧୀ ଗୃହରେ ହୋହାଲ୍ଲା କରିଥିଲେ। ବାଚସ୍ପତିଙ୍କ ରୁଲିଂ ମଧ୍ୟ ଦାବି କରିଛନ୍ତି ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ। ବାଚସ୍ପତି ରୁଲିଂ ନଦେବାରୁ ଗୃହର ମଧ୍ୟଭାଗରେ ବିଜେପି ବିଧାୟକମାନେ ଧାରଣା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।