ଭୁବନେଶ୍ୱର: ଯୁବତୀ ଚାଲାଣ ଭଳି ଘୃଣ୍ୟ ଅପରାଧ ଉପରେ ଅଂକୁଶ ଲଗାଇବା ଉଦ୍ୟମ ଆରମ୍ଭ ହୋଇଛି । ଏ ନେଇ ଭୁବନେଶ୍ୱରରେ ଆଜି ଏକ ଅନ୍ତଃ ରାଜ୍ୟ ସମନ୍ୱୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଚାଲାଣ ଯୁବତୀଙ୍କୁ ଉଦ୍ଧାର କରିବା ଲାଗି ରାଜ୍ୟ ରାଜ୍ୟ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ଉପରେ ଏଥିରେ ଗୁରୁତ୍ୱ ଦିଆଯାଇଛି। ଏହାଦ୍ୱାରା ଯୁବତୀ ଚାଲାଣ ବହୁ ପରିମାଣରେ ରୋକାଯାଇପାରିବ । ତେବେ ଶିକ୍ଷାରେ ଉନ୍ନତି ଓ କର୍ମସଂସ୍ଥାନ ଯୋଗାଇ ଦିଆଗଲେ ଯୁବତୀ ଚାଲାଣ ଭଳି ସାମାଜିକ ବ୍ୟାଧି ଆପେ ଦୂର ହୋଇଯିବ ବୋଲି ମତ ପ୍ରକାଶ ପାଇଛି । ବିଶେଷ କରି ଓଡିଶା, ଛତିଶଗଡ, ଝାହଖଣ୍ଡ ଭଳି ରାଜ୍ୟରୁ ଗରିବ ଯୁବତୀମାନଙ୍କୁ କାମ ଯୋଗାଇ ଦେବାକୁ ବିଭିନ୍ନ ରାଜ୍ୟକୁ ନିଆଯାଉଛି । ସେଠାରେ ସେମାନଙ୍କୁ କର୍ମସଂସ୍ଥାନ ଯୋଗାଇ ଦିଆଯିବା ବଦଳରେ ଅନ୍ୟ କାମରେ ନିୟୋଜିତ କରାଯାଉଛି। ଏହାସହ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଥିବା ବିଭିନ୍ନ ସମୟରେ ଅଭିଯୋଗ ହେଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।