ଭୁବନେଶ୍ୱର: ଯୁକ୍ତଦୁଇ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍ ୮ରୁ ଛାତ୍ରଛାତ୍ରୀ ଆଡମିଶନ୍ ପାଇଁ ଆବେଦନ କରିପାରିବେ। ଉଭୟ ଅନଲାଇନ୍ ଓ ଅଫଲାଇନରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ଅନଲାଇନ ପାଇଁ ଶେଷ ତାରିଖ ରହିଛି ଜୁନ୍ ୨୨ ଓ ଅଫଲାଇନ୍ ପାଇଁ ଶେଷ ତାରିଖ ଜୁନ୍ ୨୩। ଜୁଲାଇ ୧ରେ ପ୍ରକାଶ ପାଇବ ପ୍ରଥମ କଟ୍ ଅଫ୍ ତାଲିକା। ସେହିପରି ପ୍ରଥମ ପର୍ଯ୍ୟାୟ ଆଡମିଶନ ପାଇଁ ଜୁଲାଇ ୪ରୁ ୮ ମଧ୍ୟରେ ହେବ। ଜୁଲାଇ ୧୩ରେ ଦ୍ୱିତୀୟ ପର୍ଯ୍ୟାୟ କଟ୍ଅଫ୍ ମାର୍କ ଘୋଷଣା ହେବ। ଜୁଲାଇ ୧୫ରୁ ୧୭ ମଧ୍ୟରେ ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟ ଆଡମିଶନ କରିପାରିବେ। ନାମଲେଖା ପ୍ରକ୍ରିୟା ସରିବା ପରେ ଜୁଲାଇ ୩୦ରୁ କ୍ଲାସ୍ ଆରମ୍ଭ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।