ଜଷ୍ଟିସ ରଘୁବୀର ଦାଶ ହେଲେ ଓଏଚଆରସି ଅଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଘୁବୀର ଦାଶଙ୍କୁ ଓଡ଼ିଶା ମାନବାଧିକାର କମିଶନ(ଓଏଚଆରସି)ର ଅସ୍ଥାୟୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ଓ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଦାଶଙ୍କୁ ୨୦୧୮ ଡିସେମ୍ବର ମାସରେ ଓଡ଼ିଶା ମାନବାଧିକାର କମିଶନରେ ସଦସ୍ୟ ଭାବେ ନିଯୁକ୍ତି ମିଳିଥିଲା। କମିଶନରେ କେହି ଅଧ୍ୟକ୍ଷ ନଥିବାରୁ ତାଙ୍କୁ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବାକୁ […]

dash

dash

Manoranjan Sial
  • Published: Thursday, 16 May 2019
  • Updated: 16 May 2019, 07:01 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ରଘୁବୀର ଦାଶଙ୍କୁ ଓଡ଼ିଶା ମାନବାଧିକାର କମିଶନ(ଓଏଚଆରସି)ର ଅସ୍ଥାୟୀ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି ଓ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଜଷ୍ଟିସ ଦାଶଙ୍କୁ ୨୦୧୮ ଡିସେମ୍ବର ମାସରେ ଓଡ଼ିଶା ମାନବାଧିକାର କମିଶନରେ ସଦସ୍ୟ ଭାବେ ନିଯୁକ୍ତି ମିଳିଥିଲା। କମିଶନରେ କେହି ଅଧ୍ୟକ୍ଷ ନଥିବାରୁ ତାଙ୍କୁ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପର୍ଯ୍ୟନ୍ତ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବାକୁ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୮ ଅଗଷ୍ଟ ୧୫ତାରିଖରେ ଓଏଚଆରସି ଅଧ୍ୟକ୍ଷ ଜଷ୍ଟିସ ବୀରକିଶୋର ମିଶ୍ରଙ୍କ କାର୍ଯ୍ୟକାଳ ଶେଷ ହେବାପରଠୁ କେହି ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇନଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos