Advertisment

ଘାଟିରେ ଓଲଟିଲା ପିକ୍‌ଅପ୍‌ ଭ୍ୟାନ; ୨ ମୃତ, ୯ ଆହତ

ଆଜି ସକାଳେ ଏକ ପିକ୍‌ଅପ୍‌ ଭ୍ୟାନରେ ୧୧ଜଣ ନବରଙ୍ଗପୁରରୁ ପଣସ ବୋଝେଇ କରି ଜୟପାଟଣା ବିକ୍ରି କରିବା ପାଇଁ ଆସୁଥିଲେ।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ପଣସ ବୋଝେଇ ପିକ୍‌ଅପ୍ ଭ୍ୟାନ୍ ଓଲଟି ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲା ଢୁଲୁ ଘାଟିରେ ଆଜି ସକାଳେ ଏହି ସଡ଼କ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ଥିବା ବେଳେ ଜଣେ ବୃଦ୍ଧା ଥିବା ଜଣାଯାଇଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଏକ ପିକ୍‌ଅପ୍‌ ଭ୍ୟାନରେ ୧୧ଜଣ ନବରଙ୍ଗପୁରରୁ ପଣସ ବୋଝେଇ କରି ଜୟପାଟଣା ବିକ୍ରି କରିବା ପାଇଁ ଆସୁଥିଲେ। ଏହି ସମୟରେ ଢୁଲୁ ଘାଟିରେ ପିକ୍‌ଅପ୍‌ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ଘାଟି ତଳକୁ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ପିକ୍‌ଅପ୍‌ ଭ୍ୟାନ୍ ଡ୍ରାଇଭରର ମୃତ୍ୟୁ ଘଟିଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଥିଲା।

ଆହତମାନଙ୍କୁ ପୁଲିସ ଅଗ୍ନିଶମ ବାହିନୀର ସହାୟତାରେ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Roadaccident Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe