Advertisment

ନାଟକ ଦେଖି ଫେରୁଥିବା ବେଳେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ

ଘଟଣା ସମ୍ପର୍କରେ କାହାକୁ କହିଲେ ପରିବାର ଲୋକଙ୍କୁ ଜୀବନରୁ ମାରିଦେବେ ବୋଲି ଅଭିଯୁକ୍ତମାନେ ଧମକ ଦେଇଥିଲେ।

ଅଦ୍ୟତନ ହୋଇଛି
Gang Rape

Gang Rape

Advertisment

ନାଟକ ଦେଖି ଫେରୁଥିବା ସମୟରେ ୨ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କଳାହାଣ୍ଡି ଜିଲ୍ଲାରେ। ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି।

Advertisment

ଅଭିଯୋଗ ଅନୁସାରେ, ଲାଞ୍ଜିଗଡ଼ ଥାନା ଅଞ୍ଚଳର ୩ ଜଣ ନାବାଳିକା ଗତକାଲି ବିଳମ୍ବିତ ରାତିରେ ନାଟକ ଦେଖି ଘରକୁ ଫେରୁଥିଲେ। ଏହି ସମୟରେ ୫ଜଣ ଯୁବକ ସେମାନଙ୍କୁ ବାଟରେ ଅଟକାଇଥିଲେ। ପରେ ୨ ଜଣ ନାବାଳିକାଙ୍କୁ ୫ଜଣ ଯୁବକ ଟେକି ନେଇ ଗଣଦୁଷ୍କର୍ମ କରିଥିଲା ବେଳେ ଜଣେ ନାବାଳିକା ସେଠାରୁ ଖସି ପଳାଇଯାଇଥିଲେ। ଦୁଇ ଜଣ ନାବାଳିକାଙ୍କୁ ଯୁବକମାନେ ଗଣଦୁଷ୍କର୍ମ କରିବା ପରେ ସେଠାରୁ ଚମ୍ପଟ ମାରିଥିଲେ। ଘଟଣା ସମ୍ପର୍କରେ କାହାକୁ କହିଲେ ସେମାନଙ୍କ ପରିବାର ଲୋକଙ୍କୁ ମାରିଦେବେ ବୋଲି ଅଭିଯୁକ୍ତମାନେ ଧମକ ଦେଇ ଫେରାର ହୋଇଯାଇଥିଲେ। 

୨ ନାବାଳିକା ଘରକୁ ଫେରି ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ଆଜି ସକାଳେ ଉଭୟ ନାବାଳିକାଙ୍କ ପରିବାର ଲୋକେ ବିଜେପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବିଜେପୁର ପୁଲିସ ଦୁଇ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଇଥିବା ବେଳେ ଅଭିଯୁକ୍ତମାନଙ୍କୁ ଧରିବାକୁ ଖୋଳତାଡ଼ ଆରମ୍ଭ କରିଛି।

Advertisment
Kalahandi , Odisha Police Gange Rape
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe