ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): ୨୦୧୯ ମସିହାରେ ହୋଇଥିବା ଏକ ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅତିରିକ୍ତ ଜିଲ୍ଲା ଦୌରାଜଜ୍‌। ଏହା ସହିତ ୫୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜୋରିମାନା ନ ଦେଲେ ତାଙ୍କୁ ଆହୁରି ୧ ବର୍ଷ ଜେଲ୍‌ରେ ରହିବାକୁ ପଡ଼ିବ ବୋଲି କୋର୍ଟ କହିଛନ୍ତି।

ଦୋଷୀ ସାବ୍ୟସ୍ତ ହୋଇ ଏହି ଦଣ୍ଡାଦେଶ ପାଇଥିବା ବ୍ୟକ୍ତିଙ୍କ ନାଁ ଭଗବତିଆ ଭୋଇ। ୨୦୧୯ ମସିହାରେ ସେ ଜଣେ ୭୫ ବର୍ଷର ବୃଦ୍ଧାଙ୍କୁ ଦୁଷ୍କର୍ମ କରିଥିଲେ। ବୃଦ୍ଧା ଜଣଙ୍କ ଏକୁଟିଆ ଥିବା ବେଳେ ଭଗବତିଆ ତାଙ୍କୁ ଦୁଷ୍କର୍ମ କରିଥିଲେ। ଏହି ଘଟଣା ସେତେବେଳେ ଜିଲ୍ଲାରେ ବେଶ୍ ଚର୍ଚ୍ଚାର ବିଷୟ ହୋଇଥିଲା। ସେତେବେଳେ ଭଗବତିଆ ଭୋଇଙ୍କୁ ୩୦ ବର୍ଷ ହୋଇଥିଲା।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।