ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏଁ ପାଇବେ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି।
ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ମୋଟ ୩୩.୦୩ କୋଟି ଟଙ୍କା ପ୍ରଦାନ କରାଯିବ। ଏହି ଟଙ୍କା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୧ ତାରିଖରେ ମୁଖ୍ୟମନ୍ତ୍ରୀ ସାରା ରାଜ୍ୟର ୩୭,୧୨,୯୪୧ ଜଣ ଚାଷୀଙ୍କୁ ୭୪୨.୫୮ କୋଟି ଟଙ୍କାର କାଳିଆ ସହାୟତା ବଣ୍ଟନ କରିଥିଲେ। ତେବେ ପିପିଲି ଉପନିର୍ବାଚନ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନଙ୍କୁ ଏହି ସହାୟତା ପ୍ରଦାନ କରାଯାଇ ପାରି ନ ଥିଲା।