ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅନ୍ତର୍ଜାତୀୟ ପର୍ବତାରୋହୀ କଳ୍ପନା ଦାଶଙ୍କ ମରଶରୀର ଆଜି ଭୁବନେଶ୍ୱରରେ ଆସି ପହଞ୍ଚିଛି। ଦିଲ୍ଲୀରୁ ଏକ ବିମାନ ଯୋଗେ ତାଙ୍କ ମୃତଶରୀରକୁ ଏଠାକୁ ଅଣାଯାଇଛି।
ଶେଷ ଦର୍ଶନ ପାଇଁ ତାଙ୍କ ମରଶରୀରକୁ କଳିଙ୍ଗ ଷ୍ଟାଡିୟମ୍ରେ ରଖାଯାଇଛି। କ୍ରୀଡ଼ା ମନ୍ତ୍ରୀ ଓ କ୍ରୀଡ଼ା ସଚିବ ତାଙ୍କର ଶେଷ ଦର୍ଶନ କରିଛନ୍ତି। ଏଥିସହ ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି।
ଗତକାଲି କଳ୍ପନାଙ୍କ ମରଶରୀର ଭୁବନେଶ୍ୱରରେ ପହଞ୍ଚିବାର ଥିଲା। ହେଲେ କାଠମାଣ୍ଡୁରୁ ଯେଉଁ ବିମାନରେ ତାଙ୍କ ମରଶରୀରକୁ ଅଣାଯାଇଥିଲା, ତାହା ବିଳମ୍ବରେ ଦିଲ୍ଲୀରେ ପହଞ୍ଚିଥିଲା। ଫଳରେ ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ବିମାନ ପଳାଇ ଆସିଥିଲା।
ଶୁକ୍ରବାର କାଠମାଣ୍ଡୁରେ କଳ୍ପନାଙ୍କ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ରିପୋର୍ଟ ସହ ମୃତ୍ୟୁ ପ୍ରମାଣପତ୍ର ଭାରତୀୟ ଦୂତାବାସକୁ ହସ୍ତାନ୍ତର କରାଯିବା ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା।
ଗତ ୨୩ ତାରିଖରେ ଏଭରେଷ୍ଟ ଆରୋହଣ କରି ଫେରିବା ବେଳେ ଅଧା ରାସ୍ତାରେ କଳ୍ପନାଙ୍କର ଆକସ୍ମିକ ମୃତ୍ୟୁ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।