କଲ୍ୟାଣସିଂହପୁର: ପିଡୁଆ ଗାଁରେ ଝାଡ଼ାବାନ୍ତି ଆତଙ୍କ; ୨ ମୃତ, ୩୦ରୁ ଅଧିକ ଆକ୍ରାନ୍ତ
କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ପଲମା ପଞ୍ଚାୟତର ପିଡୁଆ ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଗୋଟିଏ ଦିନରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୧୦ ଜଣଙ୍କୁ କଲ୍ୟାଣସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାସହିତ ଏକ ଡାକ୍ତରୀ ଦଳ ଗାଁରେ ପହଁଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି। ମୃତକଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଓ ରେଡ୍କ୍ରସ୍ ପାଣ୍ଠିରୁ ୫ ହଜାର ଟଙ୍କା ବ୍ଲକ୍ ପ୍ରାଶାସନ ପ୍ରଦାନ […]
କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ପଲମା ପଞ୍ଚାୟତର ପିଡୁଆ ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଗୋଟିଏ ଦିନରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଛନ୍ତି। ଗୁରୁତର ୧୦ ଜଣଙ୍କୁ କଲ୍ୟାଣସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହାସହିତ ଏକ ଡାକ୍ତରୀ ଦଳ ଗାଁରେ ପହଁଞ୍ଚି ଚିକିତ୍ସା ଆରମ୍ଭ କରିଛନ୍ତି।
ମୃତକଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଓ ରେଡ୍କ୍ରସ୍ ପାଣ୍ଠିରୁ ୫ ହଜାର ଟଙ୍କା ବ୍ଲକ୍ ପ୍ରାଶାସନ ପ୍ରଦାନ କରିଛି।