କମଳା ପୂଜାରୀ ପୁଣି ଅସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି । ସେ ଶୁକ୍ରବାର ରାତିରେ ଝାଡ଼ାବାନ୍ତିରେ ପୀଡ଼ିତ ହେବାପରେ ଶନିବାର ସକାଳେ ତାଙ୍କୁ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଡାକ୍ତରଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି । ସେ ବିପଦମୁକ୍ତ ଅଛନ୍ତି । ତେବେ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକଟସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର […]

kamala

kamala

Ordigital Desk
  • Published: Saturday, 15 October 2022
  • Updated: 15 October 2022, 10:53 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କମଳା ପୂଜାରୀ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି । ସେ ଶୁକ୍ରବାର ରାତିରେ ଝାଡ଼ାବାନ୍ତିରେ ପୀଡ଼ିତ ହେବାପରେ ଶନିବାର ସକାଳେ ତାଙ୍କୁ ଜୟପୁରସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି ।

ଡାକ୍ତରଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି । ସେ ବିପଦମୁକ୍ତ ଅଛନ୍ତି । ତେବେ ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ କଟକଟସ୍ଥିତ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବାର ବ୍ୟବସ୍ଥା ଚାଲିଛି ।

ଉଲ୍ଲେଖଯୋଗ୍ୟ, ଗତ ଅଗଷ୍ଟ ୨୦ତାରିଖରେ ସେ ଜ୍ୱର ଓ ଝାଡ଼ାରେ ପୀଡ଼ିତ ହୋଇ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହେବା ପରେ ତାଙ୍କୁ ଅଗଷ୍ଟ ୨୪ରେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେ ସମ୍ପୂର୍ଣ୍ଣ ସୁସ୍ଥ ହେବାପରେ ତାଙ୍କୁ ଘରକୁ ପଠାଯାଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos