ଓଡ଼ିଆ ସେନାଧିକାରୀ ଏବେ ସଦର୍ଣ୍ଣ ଆର୍ମି କମାଣ୍ଡର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ସେନାଧିକାରୀଙ୍କୁ ମିଳିଲା ବଡ଼ ପଦବୀ । ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତି ସଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି । ଲେଫ୍ଟନାଣ୍ଟ ଜେନେରାଲ୍ ଏସ୍.କେ ସାଇନିଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ । ପାକିସ୍ତାନ ଓ ଚୀନ ସୀମାରେ ଅପରେସନ୍ ସହିତ ଆସାମ୍‌ରେ ଅନୁପ୍ରବେଶ ବିରୋଧୀ ମୁକାବିଲାରେ ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତିଙ୍କ ଅଭିଜ୍ଞତା ରହିଛି । ଭାରତୀୟ ସେନାର କମାଣ୍ଡର ଭାବେ ଦାୟିତ୍ୱ ସମ୍ଭାଳିବାରେ ଦ୍ୱିତୀୟ ଓଡ଼ିଆ ହେଉଛନ୍ତି ସି. […]

army-2--1

Niharika Rout
  • Published: Friday, 24 January 2020
  • , Updated: 24 January 2020, 11:47 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଆ ସେନାଧିକାରୀଙ୍କୁ ମିଳିଲା ବଡ଼ ପଦବୀ । ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତି ସଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି । ଲେଫ୍ଟନାଣ୍ଟ ଜେନେରାଲ୍ ଏସ୍.କେ ସାଇନିଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିବେ ।

ପାକିସ୍ତାନ ଓ ଚୀନ ସୀମାରେ ଅପରେସନ୍ ସହିତ ଆସାମ୍‌ରେ ଅନୁପ୍ରବେଶ ବିରୋଧୀ ମୁକାବିଲାରେ ଲେଫ୍ଟନାଣ୍ଟ ଜେନେରାଲ୍ ସି.ପି. ମହାନ୍ତିଙ୍କ ଅଭିଜ୍ଞତା ରହିଛି । ଭାରତୀୟ ସେନାର କମାଣ୍ଡର ଭାବେ ଦାୟିତ୍ୱ ସମ୍ଭାଳିବାରେ ଦ୍ୱିତୀୟ ଓଡ଼ିଆ ହେଉଛନ୍ତି ସି. ପି. ମହାନ୍ତି । ପୂର୍ବରୁ ଲେଫ୍ଟନାଣ୍ଟ କଲୋନେଲ୍ ଜେ. କେ. ମହାନ୍ତି ମଧ୍ୟ କମାଣ୍ଡର ହୋଇଥିଲେ । ତେବେ ଗତକାଲି ସଦର୍ଣ୍ଣ ସହ ନୂଆ ନଦର୍ଣ୍ଣ ଆର୍ମି କମାଣ୍ଡରଙ୍କୁ ମଧ୍ୟ ନିଯୁକ୍ତି ଦେଇଛନ୍ତି ସରକାର । ଲେଫ୍ଟନାଣ୍ଟ ଜେନେରାଲ୍ ଓ୍ୱାଇ.କେ ଯୋଶୀ ନଦର୍ଣ୍ଣ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି ।

 

Related story