ଆଜି ଶ୍ରାବଣ ଶେଷ ସୋମବାର, ଲୋକାରଣ୍ୟ ଶିବାଳୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବୋଲ୍ ବମ୍…ହର ହର ବମ୍ । ଏହିପରି ଶିବ ଧ୍ୱନିରେ ପ୍ରକମ୍ପିତ ହେଉଛି ଚତୁଃର୍ଦିଗ । ମହାଦେବଙ୍କ ଆରାଧନା ପାଇଁ କାହିଁ କେତେ ବାଟ ଅତିକ୍ରମ କରି ବିଭିନ୍ନ ଶୈବପୀଠରେ ପହଞ୍ଚୁଛନ୍ତି କାଉଡ଼ିଆ । ଆଜି ଶ୍ରାବଣ ମାସର ଶେଷ ସୋମବାର । ଦେବ ଦେବ ମହାଦେବଙ୍କ ମସ୍ତକରେ ଜଳ ଲାଗି କରୁଛନ୍ତି ହଜାର ହଜାର କାଉଡ଼ିଆ । ଏଥିପାଇଁ ବଡି ଭୋରରୁ ଲୋକାରଣ୍ୟ ହୋଇଛି ରାଜ୍ୟର ସମସ୍ତ ଶିବାଳୟ। ଭୁବନେଶ୍ୱରର ଲିଙ୍ଗରାଜ, ପୁରୀର […]

siba

siba

Niharika Rout
  • Published: Monday, 08 August 2022
  • Updated: 08 August 2022, 07:55 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବୋଲ୍ ବମ୍...ହର ହର ବମ୍ । ଏହିପରି ଶିବ ଧ୍ୱନିରେ ପ୍ରକମ୍ପିତ ହେଉଛି ଚତୁଃର୍ଦିଗ । ମହାଦେବଙ୍କ ଆରାଧନା ପାଇଁ କାହିଁ କେତେ ବାଟ ଅତିକ୍ରମ କରି ବିଭିନ୍ନ ଶୈବପୀଠରେ ପହଞ୍ଚୁଛନ୍ତି କାଉଡ଼ିଆ । ଆଜି ଶ୍ରାବଣ ମାସର ଶେଷ ସୋମବାର । ଦେବ ଦେବ ମହାଦେବଙ୍କ ମସ୍ତକରେ ଜଳ ଲାଗି କରୁଛନ୍ତି ହଜାର ହଜାର କାଉଡ଼ିଆ । ଏଥିପାଇଁ ବଡି ଭୋରରୁ ଲୋକାରଣ୍ୟ ହୋଇଛି ରାଜ୍ୟର ସମସ୍ତ ଶିବାଳୟ।

ଭୁବନେଶ୍ୱରର ଲିଙ୍ଗରାଜ, ପୁରୀର ଲୋକନାଥ, ଆଠଗଡ଼ର ଧବଳେଶ୍ୱର, ଆରଡ଼ିର ବାବା ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ ଭଳି ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ଦେଖିବାକୁ ମିଳିଛି । ବୋଲବମ୍ ଭକ୍ତ ମାନେ କିଭଳି ଶୃଙ୍ଖଳିତ ଭାବେ ଜଳାଭିଷେକ କରିପାରିବେ ଏବଂ ଦର୍ଶନ କରିପାରିବେ, ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଧବଳେଶ୍ୱର ପୀଠରେ ରାତି ୨ଟାରୁ ପହଡ ଖୋଲାଯାଇ ୧୦୮କଳସ ଜଳରେ ବାବା ଧବଳମଣିଙ୍କୁ ସ୍ନାନ କରାଯାଇ ମଙ୍ଗଳ ଆରତୀ କରାଯାଇଥିଲା। ଏହାପରେ ସର୍ବସାଧାରଣଙ୍କୁ ଦର୍ଶନ ନିମନ୍ତେ ସୁଯୋଗ ଦିଆଯାଇଥିଲା। ସୁରକ୍ଷା ଦୃଷ୍ଟି କୋଣରୁ ନଦୀଘାଟରୁ ଆରମ୍ଭ କରି ଝୁଲାପୋଲ ପର୍ଯ୍ୟନ୍ତ ସବୁଠାରେ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଜିଲ୍ଲା ପ୍ରଶାସନ ଓ ପୂଜକ ସମିତି ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos