ଭୁବନେଶ୍ୱର: ମୋଦି ସରକାରଙ୍କର ଏକ ବର୍ଷ ପୂର୍ତ୍ତି ପାଇଁ ଆସନ୍ତା ୨୬ରେ ରାଜ୍ୟବ୍ୟାପି ବିଜେପି ପକ୍ଷରୁ ବିଭିନ୍ନ ସ୍ଥାନରେ ସଭା ଆୟୋଜନ କରାଯାଉଛି। ଆସନ୍ତା ୨୭ ତାରିଖରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ନଗର ଉନ୍ନୟନ ତଥା ସଂସଦୀୟ ବିଭାଗ ମନ୍ତ୍ରୀ ଏମ. ଭେଙ୍କୟା ନାୟିଡୁ ଯୋଗ ଦେବେ । ବ୍ରହ୍ମପୁରରେ ବିଜେପି କେନ୍ଦ୍ରୀୟ ଉପ ସଭାପତି ପୁରୁଷୋତ୍ତମ ରୁପାଲା, ନିମାପଡାଠାରେ ପେଟ୍ରୋଲିୟମ ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ,ବାଲେଶ୍ୱରରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଏବଂ ନୂଆପଡାରେ ବିଜେପି ବିଧାୟକ ନେତା ବସନ୍ତ ପଣ୍ଡା କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ରାଜ୍ୟ ସଭାପତି କନକ ବର୍ଦ୍ଧନ ସିଂଦେଓ ଏବଂ କେନ୍ଦ୍ର ଆଦିବାଦୀ ଉନ୍ନୟନ ବିଭାଗ ମନ୍ତ୍ରୀ ଜୁଏଲ ଓରାମ ପଶ୍ଚମ ଓଡିଶାରେ ବିଭିନ୍ନ ସଭାରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।