କଟକ: ବାବା ସାରଥୀ ପ୍ରସଙ୍ଗରେ ବିକ୍ଷୋଭ ପ୍ରଦର୍ଶନ ବେଳେ କେନ୍ଦ୍ରାପଡ଼ାରେ ଜଣେ ଆଇନଜୀବୀଙ୍କ ବିରୋଧରେ ପୋଲିସ୍ କାର୍ଯ୍ୟାନୁଷ୍ଠାନକୁ ରାଜ୍ୟ ଓକିଲ ସଂଘ ବିରୋଧ କରିଛି। ପ୍ରତିବାଦରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଇଛି ଓଡ଼ିଶା ଲୟର ଆସୋସିଏସନ୍। ଆସନ୍ତା ୧୦ ତାରିଖରେ ରାଜ୍ୟ ଓକିଲ ସଂଘ ପକ୍ଷରୁ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ଆନ୍ଦୋଳନରେ ରାଜ୍ୟର ସବୁ ଜିଲ୍ଲାର ବାର୍ ଆସୋସିଏସନ୍ ସାମିଲ ହେବେ। ହାଇକୋର୍ଟ ବାର୍ ଆସୋସିଏସନ୍ ମଧ୍ୟ ସୋମବାର କାର୍ଯ୍ୟ ବନ୍ଦ କରିବା ସହ କେନ୍ଦ୍ରାପଡ଼ାକୁ ଏକ ଫ୍ୟାକ୍ଟ ଫ।ଇଣ୍ଡିଂ ଟିମ୍ ପଠାଇବ। ଆଜି କେନ୍ଦ୍ରାପଡ଼ାରେ ସାରଥୀ ବାବାଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ ଜଣେ ଆଇନଜୀବୀଙ୍କୁ ମାଡ଼ ମାରିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଓକିଲ ସଂଘ ପ୍ରତିବାଦ କରିବା ସହ ଅନ୍ଦୋଳନ ଡାକରା ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।