କଟକ: ବାବା ସାରଥୀ ପ୍ରସଙ୍ଗରେ କେନ୍ଦ୍ରାପଡ଼ାରେ ବିକ୍ଷୋଭକାରୀଙ୍କ ଉପରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ଆଜି କଟକରେ ବିଜେପି ରାଜରାସ୍ତାକୁ ଓହ୍ଲାଇଥିଲା। କଟକ ବିଜେପି ଶାଖା ପକ୍ଷରୁ ଶିଖରପୁରଠାରେ ରାସ୍ତାରୋକ କରାଯାଇଥିଲା। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ ଓ ରାଜ୍ୟ ବିଜେପି ସାଧାରଣ ସଂପାଦକ ନୟନ ମହାନ୍ତିଙ୍କ ନେତୃତ୍ୱରେ ବହୁ ଦଳୀୟ କର୍ମୀ ଦୀର୍ଘ ସମୟ ଧରି ୫ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ। କେନ୍ଦ୍ରାପଡ଼ାର ପୂର୍ବତନ ଏସପି ସତୀଶ ଗଜଭିୟେଙ୍କୁ ତୁରନ୍ତ ଗିରଫ କରିବା ପାଇଁ ସେମାନେ ଦାବି କରିଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ବିକ୍ଷୋଭକାରୀମାନଙ୍କୁ ଗିରଫ କରିଥିଲା ଓ ପରେ ଛାଡ଼ି ଦେଇଥିଲା। ସୂଚନାଯୋଗ୍ୟ, ଗତକାଲି ବିକ୍ଷୋଭ ପ୍ରଦର୍ଶନ ବେଳେ କେନ୍ଦ୍ରାପଡ଼ାର ଜଣେ ଓକିଲ ଓ ଜିଲ୍ଲା ବିଜେପି ସଭାପତିଙ୍କୁ ମଧ୍ୟ ପୋଲିସ୍ ଅମାନୁଷିକ ଭାବେ ମାଡ଼ ମାରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆତ୍ମସମର୍ପଣର ୧୬ ବର୍ଷ ପରେ ସୂର୍ୟାମଙ୍କ ଘରେ ପହଞ୍ଚିଲା ଆନ୍ଧ୍ର ପୁଲିସ
ସୂର୍ଯ୍ୟମ୍ ମାଓ ସଙ୍ଗଠନରେ ଥିବା ବେଳେ ପ୍ରେମରେ ପଡ଼ିଥିଲେ। ସେହି ସଂଗଠନରେ କାର୍ଯ୍ୟ କରୁଥିବା ପବିତ୍ରା ନାୟକଙ୍କୁ ସେ ପ୍ରେମ କରୁଥିଲେ। ପରବର୍ତ୍ତୀ ସେ ପବିତ୍ରାଙ୍କୁ ପ୍ରେମ ବିବାହ କରିଥିଲେ। ପ୍ରେମ ବିବାହ ପରେ ବେଶୀ ଦିନ ସଙ୍ଗଠନରେ ରହି ପାରିନଥିଲେ।
Special
ଜେଲରୁ MA ପଢିବେ କୁଖ୍ୟାତ ମାଓନେତା ସବ୍ୟସାଚୀ ପଣ୍ଡା
ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ କାଟୁଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ଓଡ଼ିଶା ଷ୍ଟେଟ୍ ଓପନ ୟୁନିଭର୍ସିଟିରୁ ପବ୍ଲିକ୍ ଆଡମିନିଷ୍ଟ୍ରେସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବାକୁ ପଢୁଛନ୍ତି ପାଠ।
Miscellaneous
ଦିନଟିଏ ବଢ଼ିଲା କଟକ ବାଲିଯାତ୍ରା
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି।
Sports
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର
ରାଜ୍ୟବ୍ୟାପୀ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
Miscellaneous
ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ, କାର୍ଯ୍ୟରତ ୨ସଦସ୍ୟଙ୍କୁ ନେଇ ସସପେନ୍ସ
ରାଜ୍ୟ ସରକାର ଆଜି ମଙ୍ଗଳବାର ‘ରାଜ୍ୟ ସୂଚନା କମିଶନ’ରେ ୪ଟି କମିଶନର(ସଦସ୍ୟ) ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ବର ୨୪ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି ।