ପଟ୍ଟାମୁଣ୍ଡାଇ (ପ୍ରବୀର କୁମାର ନାୟକ): ଶୌଚ ପାଇଁ ଯାଇଥିଲେ ୧୬ ବର୍ଷିୟ ନାବାଳିକା। ଶୌଚ ହେଉଥିବା ବେଳେ ନାବାଳିକାଙ୍କୁ ଟାଣି ନେଲା କୁମ୍ଭୀର। ଆଜି ଅପରାହ୍ନରେ ଏପରି ଘଟଣା କେନ୍ଦ୍ରାପଡ଼ା ଜିଲ୍ଲାରେ ଘଟିଛି। ଝିଅକୁ ଟାଣିନେଲା କୁମ୍ଭୀର
ତାଳଚୁଆ ସାମୁଦ୍ରିକ ଥାନା କୁମ୍ଭାରପଡ଼ା ଗାଁର ୧୬ ବର୍ଷିୟ ଶିଲା ଦଳାଇ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଶୌଚ ପାଇଁ ପଟାପାରିଆ ନଦୀର ଶାଖା ନାଳକୁ ଯାଇଥିଲେ। ଶୌଚ କରୁଥିବା ବେଳେ ଗୋଟିଏ କୁମ୍ଭୀର ତାଙ୍କୁ ଟାଣି ନେଇଥିଲା। ଚିତ୍କାର କରିଥିଲେ ମଧ୍ୟ କୂଳରେ ଥିବା ଲୋକମାନେ ତାଙ୍କୁ ଉଦ୍ଧାର ପାରିନଥିଲେ। କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣି ନେଇଥିବା ସ୍ଥାନୀୟ ଲୋକେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।