କେନ୍ଦୁଝର(ପ୍ରଣୟ କୁମାର ପାଣି): ବହୁ ଆପେକ୍ଷାର ଅନ୍ତ ଘଟିଛି। କେନ୍ଦୁଝର ଠାରେ ନିର୍ମାଣଧୀନ ସରକାରୀ ମେଡିକାଲ କଲେଜରେ ଚଳିତ ୨୦୨୨-୨୩ ବର୍ଷରୁ ୧୦୦ MBBS ସିଟ୍ରେ ନାମଲେଖା ନିମନ୍ତେ ଅନୁମତି ମିଳିଛି। ନେସନାଲ ମେଡିକାଲ କମିଶନର ମେଡିକାଲ ଆସେସମେଣ୍ଟ ଆଣ୍ଡ ରେଟିଙ୍ଗ ବୋର୍ଡ(ଏମଏଆରବି) ଅଣ୍ଡର ଗ୍ରାଜୁଏଟ ବିଭାଗରୁ ମଙ୍ଗଳବାର ଏହି ଅନୁମତିପତ୍ର ଦିଆଯାଇଛି।
ଏହି ଅନୁମତି ମୁତାବକ, ଉକ୍ତ ଡାକ୍ତରଖାନାର ପରିଚାଳନା ବ୍ୟବସ୍ଥା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ବାରିପଦା ଅଧୀନରେ ରହିବ ବୋଲି ଜଣାପଡିଛି। ସେପଟେ ଏହି ସରକାରୀ ମେଡିକାଲ କଲେଜ ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।
ପ୍ରକାଶ ଥାଉ କି, କେନ୍ଦୁଝର ଜିଲ୍ଲା ଏକ ଆଦିବାସୀ ଅଧ୍ୟୁଷିତ ଜିଲ୍ଲା। ଏହି ଜିଲ୍ଲାବାସୀ ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇବା ନିମନ୍ତେ ବହୁ ହଇରାଣ ହେଉଛନ୍ତି। ମେଡ଼ିକାଲ କଲେଜରେ ପାଠପଢ଼ା ଆରମ୍ଭ ହେଲେ ଲୋକଙ୍କୁ ଏଠାରେ ପାଠପଢ଼ି ବାହାରିବାକୁ ଥିବା ଡାକ୍ତରଙ୍କ ନିକଟରୁ ଉତ୍ତମ ସେବା ମିଳିବ ବୋଲି ଆଶା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି
ପ୍ରଭାକରଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।