ଟ୍ରେଲର ଧକ୍କାରେ ସ୍କୁଲ୍ ଛାତ୍ରୀ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର କଲେଜ ଛକ ନିକଟରେ ଆଜି ସକାଳ ପ୍ରାୟ ୯ଟା ବେଳେ ଏକ ଟ୍ରେଲର୍‌ ଧକ୍କାରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରେନି ସାହୁ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଟ୍ରେଲରଟିକୁ ଭଙ୍ଗାରୁଜା କରିଥିଲେ। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ସୁଦ୍ଧା ମୃତ ଝିଅର ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ […]

trailer

Rakesh Mallick
  • Published: Saturday, 07 January 2017
  • , Updated: 07 January 2017, 02:21 PM IST

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର କଲେଜ ଛକ ନିକଟରେ ଆଜି ସକାଳ ପ୍ରାୟ ୯ଟା ବେଳେ ଏକ ଟ୍ରେଲର୍‌ ଧକ୍କାରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରେନି ସାହୁ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ଟ୍ରେଲରଟିକୁ ଭଙ୍ଗାରୁଜା କରିଥିଲେ। ଘଟଣାସ୍ଥଳରେ ପୋଲିସ୍ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ସୁଦ୍ଧା ମୃତ ଝିଅର ପରିବାର ଲୋକଙ୍କୁ କ୍ଷତିପୂରଣ ଦାବିରେ ନରଣପୁର-ଡୁବୁରି ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହିଥିଲା।

Related story