Advertisment

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ୩ ମୃତ, ଜଣେ ଆହତ

୪ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା।

ଅଦ୍ୟତନ ହୋଇଛି
undefined

Road Accident

Advertisment

କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ଅନ୍ତର୍ଗତ ରୁଟିଶିଳା ଗାଁ ନିକଟରେ  ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ଗୋପାଳପୁର ଓ ବିନିଦା ଗାଁର ବୋଲି ଜଣାଯାଇଛି। ମୃତହାତଙ୍କ ପରିଚୟ ମିଳିନାହିଁ।

Advertisment

ଗତକାଲି ସନ୍ଧ୍ୟା ସମୟରେ  ଏକ ବାଇକରେ ତିନି ଜଣ ବ୍ୟକ୍ତି ଦେଓଗଞ୍ଜରୁ ଚାନ୍ଦପୋଷି ଅଭିମୁଖେ ଯାଉଥିଲେ। ଏହି ସମୟରେ ବୀପରିତ ଦିଗରୁ ଜଣେ ବାଇକ୍ ଆରୋହୀ ଗାଡ଼ି ଧରି ଆସୁଥିଲେ। ରୁଟିଶିଳା ଗାଁ ନିକଟ ଟର୍ଣ୍ଣି ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା।

ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଥିବା ୪ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ଜଣେ ବାଇକ୍ ଆରୋହୀ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Keonjhar Road Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe