Advertisment

ଚଳନ୍ତା ଟ୍ରକ୍‌କୁ ପଛରୁ ପିଟିଲା ବସ୍‌

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ନେଙ୍କଡ଼ାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଚଳନ୍ତା ଟ୍ରକ୍‌କୁ ଏକ ଯାତ୍ରୀବାହୀ ବସ୍ ପଛରୁ ପିଟି ଦେବାରୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବସ୍ ଡ୍ରାଇଭର୍ ଓ ହେଲ୍‌ପର୍ ବି ଅଛନ୍ତି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି। ‘ଶ୍ରୀରାମ’ ନାମକ ଏହି ଘରୋଇ ବସ୍‌ଟି ବଡ଼ବିଲ୍‌ରୁ ଭୁବନେଶ୍ୱର ଯାଉଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। […]

ଅଦ୍ୟତନ ହୋଇଛି
ଚଳନ୍ତା ଟ୍ରକ୍‌କୁ ପଛରୁ ପିଟିଲା ବସ୍‌

accident-1-1..

Advertisment

କେନ୍ଦୁଝର (ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ନେଙ୍କଡ଼ାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଚଳନ୍ତା ଟ୍ରକ୍‌କୁ ଏକ ଯାତ୍ରୀବାହୀ ବସ୍ ପଛରୁ ପିଟି ଦେବାରୁ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବସ୍ ଡ୍ରାଇଭର୍ ଓ ହେଲ୍‌ପର୍ ବି ଅଛନ୍ତି। ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାପଡ଼ିଛି।

Advertisment

publive-image‘ଶ୍ରୀରାମ’ ନାମକ ଏହି ଘରୋଇ ବସ୍‌ଟି ବଡ଼ବିଲ୍‌ରୁ ଭୁବନେଶ୍ୱର ଯାଉଥିବା ବେଳେ ଏ ଦୁର୍ଘଟଣା ଘଟିଥିଲା। ବସ୍‌ଟି ଟ୍ରକ୍‌କୁ ପଛରୁ ଧକ୍କା ଦେବା ପରେ ଏହାର ସମ୍ମୁଖ ଭାଗ ଟ୍ରକ୍ ଡାଲାରେ ପଶି ଯାଇଥିଲା। ଫଳରେ ଟ୍ରକ୍‌ଟି ବସ୍‌ଟିକୁ କିଛି ବାଟ ଘୋଷାରି ନେଇଥିଲା। ସେଥିପାଇଁ ବସ୍‌ର ଡ୍ରାଇଭର ଓ ହେଲ୍‌ପର ଅଧିକ ଆଘାତ ପାଇଛନ୍ତି। ଖବର ପାଇ ଟାଉନ ଥାନା ପୁଲିସ୍‌ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ଓ ଆହତମାନଙ୍କୁ ଡାକ୍ତରଖାନା ପଠାଇଥିଲେ। ସମସ୍ତ ଆହତ ଯାତ୍ରୀଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe