Advertisment

ସାନ ଭଉଣୀକୁ ହତ୍ୟା କରି ବଡ଼ ଭଉଣୀର ଆତ୍ମହତ୍ୟା !

କେନ୍ଦୁଝର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଫୁଲଝର ଭୂଆଁ ସାହିରେ ଘଟିଛି ଏକ ଅଭାବନୀୟ ଘଟଣା । ସନ୍ଧ୍ୟାରେ ଗୋଟିଏ ପରିବାରର ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ସାନ ଭଉଣୀକୁ ହାଣି ବଡ଼ ଭଉଣୀ ନିଜେ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛି । ଏହି ଗ୍ରାମର ଭିକାରୀ ଦେହୁରୀ  ତାଙ୍କ ସ୍ତ୍ରୀ ଜେମା ଦେହୁରୀଙ୍କ ସହ ବିଲକୁ କାମ କରିବାକୁ ଯାଇ ସନ୍ଧ୍ୟା ସମୟରେ ଘରକୁ ଫେରିବା ପରେ ଗୋଟିଏ ଘର ଭିତରୁ କବାଟ ବନ୍ଦ […]

ନିର୍ବାଚନ ପ୍ରଚାର ସାରି ଫେରୁଥିଲେ, ବାଟରେ ଗଳା କାଟିଦେଲେ

murder

Advertisment

କେନ୍ଦୁଝର(ଓଡ଼ିଶା ରିପୋର୍ଟର): କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଫୁଲଝର ଭୂଆଁ ସାହିରେ ଘଟିଛି ଏକ ଅଭାବନୀୟ ଘଟଣା । ସନ୍ଧ୍ୟାରେ ଗୋଟିଏ ପରିବାରର ଦୁଇ ଭଉଣୀଙ୍କ ମୃତ୍ୟୁ ହୋଇଛି। ସାନ ଭଉଣୀକୁ ହାଣି ବଡ଼ ଭଉଣୀ ନିଜେ ଫ୍ୟାନରେ ଝୁଲି ଆତ୍ମହତ୍ୟା କରିଛି । ଏହି ଗ୍ରାମର ଭିକାରୀ ଦେହୁରୀ  ତାଙ୍କ ସ୍ତ୍ରୀ ଜେମା ଦେହୁରୀଙ୍କ ସହ ବିଲକୁ କାମ କରିବାକୁ ଯାଇ ସନ୍ଧ୍ୟା ସମୟରେ ଘରକୁ ଫେରିବା ପରେ ଗୋଟିଏ ଘର ଭିତରୁ କବାଟ ବନ୍ଦ ରହିଥିବା ଦେଖିବାକୁ ପାଇଥିଲେ। କବାଟ ଭାଙ୍ଗି ଦେଖିବା ପରେ ସାନ ଝିଅ ଋକ୍ମଣି ଦେହୁରୀ(୧୪)ର ମୁଣ୍ଡ ଗଣ୍ଡି ଅଲଗା ହୋଇଥିବା ବେଳେ ବଡଝିଅ କ୍ଷୀରମଣୀ ଦେହୁରୀ(୧୭)ଫ୍ୟାନରେ ଝୁଲି  ପଡିଥିବା ଦେଖିବାକୁ ପାଇଥିଲେ। ସାନ ଭଉଣୀକୁ ହତ୍ୟା କରି ବଡ ଭଉଣୀ ଆତ୍ମହତ୍ୟା କରିଥିବା ଜଣାଯାଇଛି। ପୁଲିସ ଘଟଣାର ଅନୁସନ୍ଧାନ ଚଳାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe