Advertisment

ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍‌

ପୂର୍ବରୁ ମଧ୍ୟ ଆୟକର ବିଭାଗ ଜିତୁଙ୍କ ଘର ଓ ଅଫିସରେ ଚଢ଼ାଉ କରିଥିଲା।

ଅଦ୍ୟତନ ହୋଇଛି
 Income Tax

Income Tax

Advertisment

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି।

Advertisment

ଆୟ ବିଭାଗର ୨ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି। ଆୟ ବିଭାଗ ବନେଇକଳା ଛକରେ ଥିବା ଖଣି ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମୋବାଇଲ ଫୋନ୍ ସିଜ୍ କରିଛି। ଏହା ସହ ଜିତୁଙ୍କ ଅଫିସ ଓ ଘରେ କାଗଜପତ୍ର ଯାଞ୍ଚ କରୁଛି। 

ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଆୟକର ବିଭାଗ ଜିତୁଙ୍କ ଘର ଓ ଅଫିସରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା।

Advertisment

ଆଜି ମଧ୍ୟ ସି'ଫୁଡ୍ ରପ୍ତାନୀକାରୀ କଂପାନୀ ଫାଲକନ ମେରାଇନ୍ ଏକ୍ସପୋର୍ଟରେ ଆୟକର ରେଡ୍ କରିଛି। କଂପାନୀର ଅଧିକାରୀଙ୍କ ବାସଭବନ ଓ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ଓ ବାଲେଶ୍ୱରର ବିଭିନ୍ନ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯା‌ଇଛି। ଏହି ରେଡ୍‌ରେ ଆୟକର ବିଭାଗର ୨୦ଟିମ୍‌ ସାମିଲ ଅଛନ୍ତି। ଭୁବନେଶ୍ୱରର ୪ଟି ସ୍ଥାନରେ ରେଡ୍ ଚାଲିଥିବା ସୂଚନା ମିଳିଛି। 

Keonjhar Income Tax Rai
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe