Advertisment

୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ, ମାଡ଼ିବସିଲା ଭିଜିଲାନ୍ସ

ଦେବାଶିଷଙ୍କ ଘରେ ଚଢ଼ାଉ ବେଳେ ଭିଜିଲାନ୍ସ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ମିଳିଛି।

ଅଦ୍ୟତନ ହୋଇଛି
 Junior Revenue Assistant

Junior Revenue Assistant

Advertisment

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଗଲେ ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ। ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲର ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା। ଭିଜିଲାନ୍ସ ତାଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ପଚରାଉଚରା କରୁଛି।

Advertisment

ସାଙ୍ଗରିତଳି ଗାଁର ବନମାଳି ପ୍ରଧାନ ନିଜ ଜମି ପଟ୍ଟା କରିବା ପାଇଁ କିଛି ଦିନ ହେବ ଦେବାଶିଷଙ୍କ ପାଖକୁ ଆସିଥିଲେ। ଶୀଘ୍ର ଜମି ପଟ୍ଟା କରି ଦେବାକୁ ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ବନମାଳି କହିଥିଲେ।  

ଏଥିପାଇଁ ଦେବାଶିଷ ବନମାଳିଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ବନମାଳି ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଗତକାଲି ଭିଜିଲାନ୍ସ ଅଧିକାରୀ ତହସିଲ ଅଫିସରେ ଜଗି ରହିଥିଲେ। ଗତକାଲି ଦେବାଶିଷ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଅଧିକାରୀ ମାଡ଼ି ବସିଥିଲେ। ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ଦେବାଶିଷଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଆଜି ସକାଳେ ଦେବାଶିଷଙ୍କ ଘର, ପୈତୃକ ଘର, ଭଡ଼ା ଘର  ଓ ଅଫିସରେ ଭିଜିଲାନ୍ସ ଚଢ଼ାଉ କରିଛି। ଚଢ଼ାଉ ବେଳେ ଭିଜିଲାନ୍ସ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ସୂଚନା ମିଳିଛି।

Advertisment
Vigilance Raid Keonjhar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe