Accident
ଏକ ସ୍କର୍ପିଓ ଦ୍ରୁତଗତିରେ ଯାଉଥିବା ବେଳେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ପିଟି ହୋଇଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। କେନ୍ଦୁଝର ଜିଲ୍ଲା ରୁଗୁଡ଼ି ଥାନା ଅନ୍ତର୍ଗତ ବାରବାଙ୍କ ଘାଟିରେ ଆଜି ସନ୍ଧ୍ୟା ପ୍ରାୟ ୭ଟା ବେଳେ ଘଟିଛି ଏହି ଦୁର୍ଘଟଣା।
ସ୍କର୍ପିଓଟି ଦ୍ରୁତଗତିରେ ଗୁଆଲି ପଟୁ ଭଦ୍ରାସାହି ଅଭିମୁଖେ ଯାଉଥିବା ସମୟରେ ବାରବାଙ୍କ ଘାଟି ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛରେ ପିଟି ହୋଇଯାଇଥିଲା। ଘଟଣାସ୍ଥଳରେ ହିଁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତକମାନେ ହେଉଛନ୍ତି ଭଦ୍ରାସାହିର ଜୁରିଆ ମୁଣ୍ଡା, ତାଙ୍କ ଝିଅ ରାଞ୍ଚି ମୁଣ୍ଡା ଓ ଜ୍ୱାଇଁ ଅର୍ଜ୍ଜୁନ ମୁଣ୍ଡା।
୩ ଗୁରୁତର ଆହତଙ୍କ ମଧ୍ୟରେ ଜଣେ ଶିଶୁ ଅଛନ୍ତି। ସମସ୍ତ ଗୁରୁତରଙ୍କୁ ବଡ଼ବଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କେନ୍ଦୁଝର ସ୍ଥାନାନ୍ତର କରାଯାଇଛି। ରୁଗୁଡ଼ି ପୁଲିସ୍ ଘଟଣାର ତଦନ୍ତ କରୁଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Accident_1677083268.jpg)