ବ୍ରହ୍ମପୁର: ଖଲିକୋଟ କ୍ଲଷ୍ଟର ବିଶ୍ୱ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷ ଠାରୁ ଯୁକ୍ତ ତିନି ଓ ପିଜିରେ ନାମ ଲେଖା ପାଇଁ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଏଥିପାଇଁ ଓଡ଼ିଶା ନଲେଜ୍ କର୍ପୋରେସନ ଲିମିଟେଡ୍ ସହ ଖଲିକୋଟ କଲେଜର ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଖଲିକୋଟ କଲେଜର ଅଧ୍ୟକ୍ଷ ଡ଼ ରାଧାନାଥ ରଥ ଏହି ନୂତନ ବିଶ୍ୱବିଦ୍ୟାଳୟର କୁଳ ସଚିବ ରୂପେ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ମନ୍ମଥ ପାଢି ଅଫିସର ଅନ୍ ସ୍ପଶାଲ୍ ଡ୍ୟୁଟି ରୂପେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ଖଲିକୋଟ କଲେଜ ସମେତ ବ୍ରହ୍ମପୁରର ବିନାୟକ ଆଚାର୍ଯ୍ୟ, ଶଶିଭୂଷଣ ରଥ ମହିଳା ମହାବିଦ୍ୟାଳୟ, ଗୋପାଳପୁର ମହାବିଦ୍ୟାଳୟ, ଛତ୍ରପୁର ସରକାରୀ ମହାବିଦ୍ୟାଳୟ ଏଥିରେ ସାମିଲ୍ ରହିଛି। ଆସନ୍ତା ୧୫ ତାରିଖରୁ ଇ-ଆଡ଼ମିଶନ କରାଯିବ। ଏଣୁ ଏନେଇ ସମସ୍ତ କଲେଜର ଅଧ୍ୟକ୍ଷ ମାନଙ୍କୁ ନେଇ ବସିଥିବା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ଓଏସଡି ପ୍ରଫେସର ମନ୍ମଥ ପାଢି ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।