ଭୁବନେଶ୍ୱର: ଇସ୍ପାତ ଶିଳ୍ପ ଓ ଖଣି ଉତ୍ତୋଳନ ନେଇ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଖଣି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଆଲୋଚନା କରିଛନ୍ତି। ରାଜ୍ୟର ୧୩ଟି ଜିଲ୍ଲାରେ ଡିଷ୍ଟ୍ରିକଟ୍ ମିନେରାଲ ଫାଉଣ୍ଡେସନ (ଡିଏମଏଫ) ଗଠନ ହୋଇଥିବା ବେଳେ ଅବଶିଷ୍ଟ ଜିଲ୍ଲାରେ ଏହାକୁ ଗଠନ କରିବା ଓ ଖଣି ନିଲାମୀ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ନେଇ ବୈଠକରେ ଆଲୋଚନା ହୋଇଛି।
ନାଲକୋର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାର ଏକ ବକ୍ସାଇଟ ବ୍ଲକ ଯୋଗାଇ ଦେବାକୁ ଆଶ୍ୱାସନା ଦେଇଥିବା ତୋମାର ସୂଚନା ଦେଇଛନ୍ତି। ତେବେ ଆଲୋଚନାରେ ପୋସ୍କୋ ପ୍ରକଳ୍ପ ପ୍ରସଙ୍ଗ ସ୍ଥାନ ପାଇ ନ ଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ତୋମାର ନାଲକୋ ପ୍ରତିଷ୍ଟା ଦିବସ ଉତ୍ସବରେ ଯୋଗ ଦେବାକୁ ଯାଇଛନ୍ତି। ପୂର୍ବରୁ ସେ ଭୁବନେଶ୍ୱରରେ ଆଇବିଏମ୍ କାର୍ଯ୍ୟାଳୟ ଉଦଘାଟନ କରିଥିଲେ। ସାଟେଲାଇଟ ମାଧ୍ୟମରେ ଖଣିର ତଦାରଖ କରାଯିବ ଓ ଏ ନେଇ ଇସ୍ରୋ ଓ ଆଇବିଏମ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବ ବୋଲି କେନ୍ଦ୍ର ଖଣି ସଚିବ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Business
ଦୋହଲିଲା ଆଦାନୀ ସାମ୍ରାଜ୍ୟ; ଶେଆର ବଜାରରେ ଦିନକରେ ୫ ଲକ୍ଷ ୩୫ ହଜାର କୋଟି ବୁଡ଼ିଲା
ଏହି ଘଟଣା ଆଦାନୀଙ୍କ ବ୍ୟବସାୟ ସାମ୍ରାଜ୍ୟକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଭାରତୀୟ ଶେଆର ବଜାରରେ ହୋଇଛି ପ୍ରଚଣ୍ଡ ବିସ୍ଫୋରଣ।
Business
ଆଦାନୀ ଲାଞ୍ଚ ମାମଲା: ଆମେରିକା ଅଭିଯୋଗ ତାଲିକାରେ ଅଛି ଓଡ଼ିଶା
ଗୌତମ ଆଦାନୀଙ୍କ ସମେତ ଭାରତର ଚାରିଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଆମେରିକା କୋର୍ଟଙ୍କ ଅଭିଯୋଗ ତାଲିକାରେ ଅଛି।
Business
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ପ୍ରତିକ୍ରିୟା ରଖିଲା ଆଦାନୀ ଗ୍ରୁପ୍
ଆମେରିକା କୋର୍ଟଙ୍କ ଗିରଫ ୱାରେଣ୍ଟ ପରେ ଆଦାନୀ ଗ୍ରୁପର ଷ୍ଟକ୍ ମୂଲ୍ୟ ହ୍ରାସ ପାଇଛି।
Business
ଇଣ୍ଡିଆ ଫୋର୍ବସ ତାଲିକାରେ ସ୍ଥାନ ପାଇଥିବା OTVକୁ ମିଳିଲା ସମ୍ମାନ
ଆଗାମୀ ଦିନରେ ବି ଏମିତି ଉପରେ ରହିବୁ ବୋଲି ଆଶା ଥିବା କହିଛନ୍ତି ଓଟିଭି ନେଟୱର୍କର ଏମ୍ଡି ଜଗି ମଙ୍ଗତ ପଣ୍ଡା।