ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ଆଜି ଆଉ ୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଆଜି ବିଜେପିକୁ ଫେରିଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ କନ୍ଧମାଳ ଲୋକସଭା ଆସନରୁ ନିର୍ବାଚନ ଲଢ଼ିବେ। ସେହିପରି ଗତକାଲି ଦଳରେ ସାମିଲ ହୋଇଥିବା ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର କଟକ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।
ଦ୍ୱିତୀୟ ପର୍ଯ୍ୟାୟରେ ବିଜେପି ପକ୍ଷରୁ ୩୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ଏଥିରେ ଓଡ଼ିଶାର ୫ଟି ସିଟ୍ ରହିଥିଲା।
ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ନୂଆପଡ଼ା ବିଧାୟକ ତଥା ରାଜ୍ୟ ବିଜେପି ସଭାପତି ବସନ୍ତ କୁମାର ପଣ୍ଡା ଏଥର ବିଧାନସଭା ବଦଳରେ ଲୋକସଭା ଆସନ ପାଇଁ ଲଢ଼ିବେ। ଦଳ ତାଙ୍କୁ କଳାହାଣ୍ଡି ଲୋକସଭା ଆସନରୁ ପ୍ରାର୍ଥୀ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।