ନୂଆପଡ଼ା(ଓଡ଼ିଶା ରିପୋର୍ଟର): ସକାଳୁ ସକାଳୁ ବିଡିଓ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ନାରାୟଣଙ୍କର ବଲାଙ୍ଗିରରେ ଥିବା ପୈତୃକ ଘର, ନିଜ ଘର ଓ ସମ୍ପର୍କୀୟ ଘର ଚଢ଼ାଉ କରାଯାଇଛି। ସେହିପରି ନୂଆପଡ଼ାର ଖଡିଆଳରେ ଥିବା ନାରାୟଣଙ୍କ ଅଫିସ ଓ ସରକାରୀ ବାସଭାବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ଭିଜିଲାନ୍ସ ବିଭାଗର ୩ଜଣ ଡିଏସ୍ପି ୧୦ ଜଣ ଇନ୍ସପେକ୍ଟର ଓ ୪ଜଣ ଏଏସ୍ଆଇ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ବେଳେ ନଗଦ ୧୪ ହଜାରରୁ ଅଧିକ ଟଙ୍କା, ବ୍ୟାଙ୍କ କାଗଜପତ୍ର, ଇନସ୍ୟୁରାନ୍ସ ଜବତ କରାଯାଇଛି। ନାରାୟଣ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ତଦନ୍ତ କରି ଆଜି ସକାଳେ ନାରାୟଣଙ୍କ ଘରେ ଚଢ଼ାଉ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।