ଖୋର୍ଦ୍ଧା: ରିଆଡମିଶନ ଫି ବୃଦ୍ଧିକୁ ବିରୋଧ କରିଛନ୍ତି ଖୋର୍ଦ୍ଧା ପ୍ରାଣନାଥ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତଦୁଇ ଏବଂ ଯୁକ୍ତତିନିର ଛାତ୍ରଛାତ୍ରୀ। ଚଳିତବର୍ଷ ରିଆଡମିଶନ ଫି ୧୪୦ ଟଙ୍କା ବୃଦ୍ଧି ଘୋଷଣାକୁ ବିରୋଧ କରି କିଛି ଛାତ୍ରଛାତ୍ରୀ କଲେଜରେ ଭଙ୍ଗ।ରୁଜା କରିଥିବା ଅଭିଯୋଗ ହୋଇଛି। ମହାବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କ ଦାବି ପ୍ରତି କର୍ଣ୍ଣପାତ କରୁ ନ ଥିବା ଅଭିଯୋଗ କରି ଏପରି ଅଭାବନୀୟ ପରିସ୍ଥିତି ସୃଷ୍ଟି ହେବା ସହ କଲେଜ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଛାତ୍ରଛାତ୍ରୀଙ୍କୁ ବୁଝାଶୁଝା କରିଥିଲେ। ପରେ ଏକ ଜରୁରୀ ବୈଠକ କରି ତିନିଦିନ ପର୍ଯ୍ୟନ୍ତ କଲେଜକୁ ସସପେଣ୍ଡ ରଖାଯାଇଛି ବୋଲି ପିଏନ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପି.କେ. ଦାଶ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।