Advertisment

ଭୂଷଣ୍ଡପୁର ବାଣ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି

ଭୂଷଣ୍ଡପୁର ଗାଁରେ ଗତକାଲି ଏକ ଘର ଭିତରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ତିଆରି ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ବେଳେ ୮ଜଣ ଘର ଭିତରେ ଥିଲେ।

ଅଦ୍ୟତନ ହୋଇଛି
crackers blast

crackers blast

Advertisment

ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୂଷଣ୍ଡପୁର ଗାଁରେ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି। କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୂଷଣ୍ଡପୁର ଗାଁର ଦୋଳଗୋବିନ୍ଦ ବେହେରାଙ୍କ ମୃତ୍ୟୁ ହୋଇଛି। ତାଙ୍କ ଶରୀର ୭୦ ପ୍ରତିଶତରୁ ଅଧିକ ଅଂଶ ପୋଡ଼ିଯାଇଥିଲା। ବିସ୍ଫୋରଣରେ ଗୁରୁତର ଆଉ ୩ ଜଣ ଭୁବନେଶ୍ୱର ଏମ୍ସରେ ଏବେବି ଚିକିତ୍ସାଧୀନ ଅଛନ୍ତି।

Advertisment

ଭୂଷଣ୍ଡପୁର ଗାଁରେ ଗତକାଲି ଏକ ଘର ଭିତରେ ଦୋଳ ପୂର୍ଣ୍ଣିମା ପାଇଁ ବାଣ ତିଆରି ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ବେଳେ ୮ଜଣ ଘର ଭିତରେ ଥିଲେ। ଅଗ୍ନିଶମ ବାହିନୀ ୮ ଜଣଙ୍କୁ ଉଦ୍ଧାର କରିଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ୪ଜଣ ଆହତ ହୋଇଥିଲେ। ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଗତ ଫେବ୍ରୁଆରୀ ୨୮ ତାରିଖରେ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଳକ ଇଚ୍ଛାପୁରରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟି ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିଦିନ ଘଟଣାସ୍ଥଳରେ ୨ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଗତକାଲି ଭୁବନେଶ୍ୱରରେ ଏକ ଘରୋଇ ହସ୍‌ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଉକ୍ତ ବାଣ କାରଖାନାର ମାଲିକଙ୍କ ମୃତ୍ୟୁ ଘଟିଥିଲା।

Advertisment
Khorda Crackers Blast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe