Advertisment

ବିଲକୁ ଓଲଟିଲା ଭ୍ୟାନ୍, ୬ ଆଇଟିବିପି ଯବାନ ଆହତ

ଯବାନମାନଙ୍କୁ ନେଇ ଯାଉଥିବା ଭ୍ୟାନ୍‌ଟି ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିବାରୁ ୬ଜଣ ଯବାନ ଆହତ ହୋଇଛନ୍ତି।

ଅଦ୍ୟତନ ହୋଇଛି
Road accident

Road accident

Advertisment

ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ଏକ ଭ୍ୟାନ୍‌ ଭାରସାମ୍ୟ ହରାଇ ବିଲକୁ ଓଲଟି ପଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଆହତ ଯବାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

୭ ଜଣ ଯବାନ ଖୋର୍ଦ୍ଧା ଆଇଟିବିପି କ୍ୟାମ୍ପରୁ ଏକ ଭ୍ୟାନରେ ବିଭିନ୍ନ ସାମଗ୍ରୀ ନେଇ ଛତିଶଗଡ଼ ଆଇଟିବିପି କ୍ୟାମ୍ପକୁ ଯାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।  ଦୁର୍ଘଟଣା ଘଟିଥିବା ନେଇ ଖବର ପାଇ ଆଇଟିବିପି କ୍ୟାମ୍ପରୁ ଆଉ କିଛି ଯବାନ ଓ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ୬ ଯବାନଙ୍କୁ ବୋଲଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା।

ଦୁର୍ଘଟଣାଗ୍ରସ୍ତ ଭ୍ୟାନ୍‌ରୁ ସମସ୍ତ ସାମଗ୍ରୀ ବାହାର କରାଯାଇ ଅନ୍ୟ ଏକ ଗାଡ଼ିରେ ଛତିଶଗଡ଼ ପଠାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। 

Advertisment
Roadaccident Khordha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe