Advertisment

ବାଣପୁର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଜଣଙ୍କର ମୃତ୍ୟ ଘଟିଛି। ମୃତକଙ୍କ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ […]

ବାଣପୁର ଗ୍ୟାସ ସିଲିଣ୍ଡର ବିସ୍ଫୋରଣ, ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

balugaon

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବାଣପୁରର ଗମ୍ଭାରୀ ମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଜଣଙ୍କର ମୃତ୍ୟ ଘଟିଛି। ମୃତକଙ୍କ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

Advertisment

ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ, ଗୁରୁବାର ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡାରେ ରୋଷେଇ ଗ୍ୟାସ ଟାଙ୍କି ଫାଟିଯିବାରୁ ୭ ଜଣ ପୋଡ଼ି ଯାଇଥିଲେ। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ଗାଁର ରବୀନ୍ଦ୍ର ପ୍ରଧାନଙ୍କ ଘରେ ରୋଷେଇ ଚାଲିଥିବା ବେଳେ ଗ୍ୟାସ୍ ଟାଙ୍କିରେ ନିଆଁ ଲାଗି ଯାଇଥିଲା।

Advertisment

ଏହା ପରେ ପାଖ ପଡ଼ୋଶୀରୁ ୬ ଜଣ ନିଆଁ ଲିଭାଇବାକୁ ଆସିଥିଲେ। ସେମାନେ ନିଆଁ ଲିଭାଇବାକୁ ପ୍ରୟାସ କଲା ବେଳେ ଗ୍ୟାସ୍ ଟାଙ୍କିଟି ଫାଟି ଯାଇଥିଲା। ଫଳରେ ସେଠାରେ ଉପସ୍ଥିତ ୭ ଜଣ ପୋଡ଼ି ଯାଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe