Advertisment

ଖୋର୍ଦ୍ଧା DRMଙ୍କ ବିସ୍ଫୋରକ ବୟାନ; ଫିଜିକାଲି ଟାମ୍ପରିଂ ଯୋଗୁ ଘଟିଛି ବାହାନଗା ଦୁର୍ଘଟଣା

ଶୁକ୍ରବାର ଦିନ ସନ୍ଧ୍ୟା ସମୟରେ ବାହାନଗାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଥିଲା।

khordha DRM

khordha DRM

Advertisment

ବାଲେଶ୍ୱର ବାହାନଗା ରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣା କାହାର ଭୁଲ୍‌ ପାଇଁ ଘଟିଲା କାରଣ ଖୋଜା ଚାଲିଥିଲା ବେଳେ ଏହି ସମୟରେ ଖୋର୍ଦ୍ଧା ଡିଆରଏମ ରିଙ୍କେଶ ରାୟ ଗତକାଲି ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଯଦି କେହି ଫିଜିକାଲି ଟାମ୍ପରିଂ ନ କରିବ, ସିଗନାଲରେ ଗଡ଼ବଡ୍ ହେବନି । ଟେକ୍ନିକାଲି ଏହା ସମ୍ଭବ ନୁହେଁ ।

Advertisment

ସେ କହିଛନ୍ତି, ମେନ୍ ଲାଇନରେ ଗ୍ରୀନ୍ ସିଗନାଲ ଥିଲା। ପ୍ରି କଣ୍ଡିସନ ଠିକ୍ ଥିଲେ ହିଁ ଗ୍ରୀନ ସିଗନାଲ ହୋଇଥାଏ। ଯଦି କିଛି ତ୍ରୁଟି ଥିବ,ତେବେ କେବେ ବି ଗ୍ରୀନ୍ ସିଗନାଲ ହେବ ନାହିଁ, ରେଡ୍ ଲାଇଟ ଜଳିବ ।

କରମଣ୍ଡଳ ଏକସପ୍ରେସ୍ ଯାଉଥିବା ମେନ୍ ଲାଇନରେ ଗ୍ରୀନ୍ ସିଗନାଲ ଥିଲା ବୋଲି ଡାଟା ଲକ୍‌ରୁ ତାହା ସ୍ପଷ୍ଟ ହୋଇଛି। ଏହି କାରଣରୁ ସିଗନାଲକୁ ଫିଜିକାଲି ଟାମ୍ପିରିଂ କରାଯାଇଥିବା ସନ୍ଦେହ କରିଛନ୍ତି ଖୋର୍ଦ୍ଧା ଡିଆରଏମ୍ । ଏହି ଗଡବଡରୁ ହିଁ ଏତେ ବଡ଼ ଟ୍ରେନ ଦୁର୍ଘଟଣା ହୋଇଥିବା ସନ୍ଦେହ କରାଯାଉଛି।

Advertisment

ସୂଚନାଯୋଗ୍ୟ, ଶୁକ୍ରବାର ଦିନ ସନ୍ଧ୍ୟା ସମୟରେ ବାହାନଗାରେ ଭୟଙ୍କର ଟ୍ରେନ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୨୭୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨୦୮ ଲୋକ ଆହତ ହୋଇଥିଲେ। ୧୦୦୯ରୁ ଅଧିକ ଆହତ ଡିସ୍‌ଚାର୍ଜ ହୋଇସାରିଥିବା ବେଳେ ଅନ୍ୟମାନେ ବିଭିନ୍ନ ହସ୍‌ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏହାସହ ଚିହ୍ନଟ ପରେ ସମ୍ପର୍କୀୟମାନଙ୍କୁ ମୃତଦେହ ହସ୍ତାନ୍ତର କରାଯାଉଛି।

Balasore Train Accident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe