ଆସନ୍ତାକାଲି ଓଡ଼ିଶା ବନ୍ଦ; ବାଦ୍‌ ପଡ଼ିବ ଫୁଲ ସଜା ଗାଡ଼ି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲ, ଡିଜେଲ୍ ସହ ଏଲ୍‌ପିଜି ଗ୍ୟାସ୍‌ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଏଥିରେ ସାଧାରଣ ଲୋକ ଅତିଷ୍ଠ ହୋଇପଡ଼ିଥିବା ବେଳେ  ଏହା ପ୍ରତିବାଦରେ  ଆସନ୍ତାକାଲି କଂଗ୍ରେସ ପକ୍ଷରୁ ୬ ଘଣ୍ଟା ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ଗୋଟାଏ ଯାଏ ଅର୍ଥାତ ୬ ଘଣ୍ଟା ଯାଏ ବନ୍ଦ ଡାକରା ଦେଇଛି କଂଗ୍ରେସ । ଆସନ୍ତାକାଲି ବନ୍ଦକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ଆହ୍ୱାନ ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । […]

niranjan

niranjan

Niharika Rout
  • Published: Sunday, 14 February 2021
  • Updated: 14 February 2021, 11:15 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପେଟ୍ରୋଲ, ଡିଜେଲ୍ ସହ ଏଲ୍‌ପିଜି ଗ୍ୟାସ୍‌ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଏଥିରେ ସାଧାରଣ ଲୋକ ଅତିଷ୍ଠ ହୋଇପଡ଼ିଥିବା ବେଳେ  ଏହା ପ୍ରତିବାଦରେ  ଆସନ୍ତାକାଲି କଂଗ୍ରେସ ପକ୍ଷରୁ ୬ ଘଣ୍ଟା ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ଗୋଟାଏ ଯାଏ ଅର୍ଥାତ ୬ ଘଣ୍ଟା ଯାଏ ବନ୍ଦ ଡାକରା ଦେଇଛି କଂଗ୍ରେସ ।

ଆସନ୍ତାକାଲି ବନ୍ଦକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ଆହ୍ୱାନ ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହାନ, ଔଷଧ ଦୋକାନ, ଅତି ଆବଶ୍ୟକ ସେବାରେ ଥିବା ଗାଡ଼ି ଏଥିରୁ ବାଦ୍ ପଡ଼ିବ । ସେହିଭଳି ଯେଉଁ ଗାଡ଼ିରେ ଫୁଲ ସଜା ହୋଇଥିବ, ସେ ଗାଡ଼ିକୁ ବି ବନ୍ଦ ଡାକରାରୁ ବାଦ୍ ଦିଆଯିବ ।  ଅର୍ଥାତ ବିବାହ ପାଇଁ ଯାଉଥିବା ଗାଡ଼ି କିମ୍ବା ସତ୍କାର ପାଇଁ ଯାଉଥିବ ଗାଡ଼ିକୁ ଏଥିରୁ ବାଦ ଦିଆଯିବ। ସାଧାରଣଲୋକଙ୍କର ଯେପରି ଅସୁବିଧା ହେବନି ତା’ଉପରେ ଧ୍ୟାନ ଦିଆଯିବ ବୋଲି ପିସିସି ସଭାପତି କହିଛନ୍ତି।

କେବଳ ପେଟ୍ରୋଲ ଓ ଡିଜେଲ୍, ଏଲ୍‌ପିଜି ଗ୍ୟାସ୍‌ ଦର ବୃଦ୍ଧି ନୁହେଁ ବେକାରୀ ସମସ୍ୟା, ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା, ବିଗିଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos