Advertisment

ହକି ତାରକା ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ଘଟଣାରେ ୫ ଗିରଫ, ୧୪ଟି ମେଡାଲ ଜବତ

ଅଭିଯୁକ୍ତଙ୍କ ନାଁରେ ୧୦୦ରୁ ଅଧିକ ମାମଲା ରହିଛି। ଜେଲ ଫେରନ୍ତା ଅଭିଯୁକ୍ତଙ୍କ ସହ ମିଶି ଅଟୋରେ ରେକ୍କୀ କରି ଏମାନେ ଚୋରି କରୁଥିଲେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Prabodh Tirkey's

Prabodh Tirkey's

ହକି ତାରକା ତଥା ପୂର୍ବତନ ହକି ଅଧିନାୟକ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ଘଟଣାରେ ୫ଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି। ସେମାନେ ହେଲେ ମୁଖ୍ୟ ଅଭିଯୁକ୍ତ ଶ୍ରୀକାନ୍ତ ନାୟକ ଓ ତାର ସହଯୋଗୀ ସୁନା ଛଡ଼ା ଗ୍ୟାଙ୍ଗ ଲିଡର ମୁଖ୍ୟ ଜି. ଗଙ୍ଗା ରେଡି, ମିଲୁ ବେହେରା ଓ ଚିତ୍ତ ଦଳେଇ। ଏମାନଙ୍କ ନାଁରେ ୧୦୦ରୁ ଅଧିକ ମାମଲା ରହିଛି। ଜେଲ ଫେରନ୍ତା ଅଭିଯୁକ୍ତଙ୍କ ସହ ମିଶି ଅଟୋରେ ରେକ୍କୀ କରି ଏମାନେ ଚୋରି କରୁଥିଲେ।

Advertisment

ସେମାନଙ୍କଠାରୁ ପ୍ରବୋଧଙ୍କ ଘରୁ ଚୋରି ହୋଇଥିବା ୧୪ଟି ମେଡାଲ ଜବତ କରାଯାଇଛି। ଗୋଟିଏ ଗୋଲଡ ମେଡାଲ, ୮ଟି ବ୍ରୋଞ୍ଜ ମେଡାଲ, ୫ଟି ସିଲଭର ମେଡାଲ, ସୁନା କାନ ଫୁଲ, ପ୍ଲାଟିନମ ଚେନ, ଗୋଲଡ ପ୍ଲେଟେଡ଼ କ୍ଲିପ, ୫୬ ଇଞ୍ଚର ଏଲଇଡ଼ି ଟିଭି, ଡିଏସଏଲଆର କ୍ୟାମେରା, ମୋବାଇଲ ଫୋନ,ଗ୍ୟାସ ସିଲିଣ୍ଡର ଓ ଘର ତଡା ଉପକରଣ ଜବତ କରାଯାଇଛି।

ଗତ ୨୦ ତାରିଖରେ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ହୋଇଥିଲା। ଘରେ ଥିବା ମୂଲ୍ୟବାନ ଆସବାବପତ୍ର ସମେତ ସମସ୍ତ ମେଡାଲ କେହି ଚୋରି କରି ନେଇ ଯାଇଥିଲେ। ଏ ନେଇ ପ୍ରବୋଧଙ୍କ ଭାଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିବା ପରେ ପୁଲିସ ସାଇଣ୍ଟିଫିକ୍ ଟିମ୍ ସହିତ ଛାନଭିନ୍ ଚଳାଇଥିଲା ।

Advertisment

ସୂଚନାଯୋଗ୍ୟ, ପ୍ରବୋଧ ଓ ତାଙ୍କ ପରିବାର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରୁହନ୍ତି ।

Loot